Posted inଖେଳ

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌ ବୋଲିଂ ଅଲ୍‌ରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ପ୍ରଥମଥରପାଇଁ ୧୮ ଜଣିଆ ଦଳରେ ସାମିଲ କରାଯାଇଛି। ୫ ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ମହମ୍ମଦ ଶାମିଙ୍କୁ ସାମିଲ କରାଯାଇ ନ ଥିବାବେଳେ ଆହତ କୁଲଦୀପ ଯାଦବଙ୍କୁ ରିହାବିଲିଟେଶନ ପରାମର୍ଶ ଦିଆଯାଇଛି। ତେବେ ଓ୍ବାଶିଂଟନ ସୁନ୍ଦରଙ୍କୁ ସ୍ଥାନ ମିଳିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପାଇଁ ମଧ୍ୟ ଦଳ ଘୋଷିତ ହୋଇଛି। ଫାଷ୍ଟ ବୋଲର ମୟଙ୍କ ଯାଦବ ପୁଣି ଆହତ ହୋଇଥିବାରୁ ଦଳରୁ ବାଦ୍‌ ପଡ଼ିଛନ୍ତି। କର୍ନାଟକ ସିମର ବିଜୟକୁମାର ବ୍ୟଶକ ଓ ପଞ୍ଜାବ ବ୍ୟାଟର ରମଣଦୀପ ସିଂଙ୍କୁ ସ୍ଥାନ ମିଳିଛି। ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତର ୪ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ନଭେମ୍ବର ୮ରୁ ଏବଂ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ ନଭେମ୍ବର ୨୨ରୁ ପର୍ଥରେ ଆରମ୍ଭ ହେବ।
ବର୍ଡର ଭାଗାସ୍କର ଟ୍ରଫି ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଯଶପ୍ରୀତ୍‌ ବୁମ୍‌ରା (ଉପ-ଅଧିନାୟକ), ଯଶସ୍ବୀ ଜୟସ୍ବାଲ, ଅଭିମନ୍ୟୁ ଈଶ୍ୱରନ, ଶୁବମନ ଗିଲ୍‌, ବିରାଟ କୋହଲି, ଲୋକେଶ ରାହୁଲ, ରିଷଭ ପନ୍ତ, ସର୍ଫରାଜ ଖାଁ, ଧ୍ରୁବ ଜୁରେଲ, ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ମହମ୍ମଦ ସିରାଜ, ଆକାଶ ଦୀପ, ପ୍ରସିଦ୍ଧ କ୍ରିଷ୍ଣା, ହର୍ଷିତ ରାଣା, ନୀତୀଶ କୁମାର ରେଡ୍ଡୀ, ଓ୍ବାଶିଂଟନ ସୁନ୍ଦର। ରିଜର୍ଭ: ମୁକେଶ କୁମାର, ନଭଦୀପ ସଇନୀ, ଖଲିଲ ଅହମଦ।
ଦକ୍ଷିଣ ଆଫ୍ରିକା ଟି୨୦ ପାଇଁ ଭାରତୀୟ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅଭିଷେକ ଶର୍ମା, ସଞ୍ଜୁ ସାମସନ, ରିଙ୍କୁ ସିଂ, ତିଲକ ବର୍ମା, ଜୀତେଶ ଶର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରମଣଦୀପ ସିଂ, ବରୁଣ ଚକ୍ରବର୍ତ୍ତୀ, ରବି ବିଷ୍ଣୋଇ, ଅର୍ଶଦୀପ ସିଂ, ବିଜୟ କୁମାର ବ୍ୟଶକ, ଆଭେଶ ଖାଁ, ଯଶ ଦୟାଲ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri