Posted inଖେଳ

ଖେଳାଳି ବାର୍ଷିକ ଚୁକ୍ତି ଘୋଷଣା କଲା ବିସିସିଆଇ, ଫେରିଲେ ଷ୍ଟାର ବ୍ୟାଟର

ମୁମ୍ବାଇ,୨୧ା୪: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI) ସୋମବାର,୨୦୨୪-୨୫ ସିଜିନ୍ ପାଇଁ ସିନିୟର ପୁରୁଷ ଦଳ ପାଇଁ ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ଘୋଷଣା କରିଛି। ଗତ ବର୍ଷ ବାଦ୍ ପଡ଼ିଥିବା ଶ୍ରେୟସ୍ ଆୟାର ଏବଂ ଇଶାନ କିଶନ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ, ରୋହିତ ଶର୍ମା ଏବଂ ବିରାଟ କୋହଲି ୨୦୨୪ରେ ଟି-୨୦ ଆନ୍ତର୍ଜାତୀୟ ଫର୍ମାଟରୁ ଅବସର ନେଇଥିଲେ ମଧ୍ୟ ସର୍ବୋଚ୍ଚ ଶ୍ରେଣୀ — ଗ୍ରେଡ୍ A-ପ୍ଲସରେ ସ୍ଥାନ ବଜାୟ ରଖିଛନ୍ତି।

୨୦୨୪-୨୫ ସିଜିନ୍ ପାଇଁ ମୋଟ ୩୪ ଜଣ ଖେଳାଳିଙ୍କୁ ବାର୍ଷିକ ରିଟେନରସିପ୍ ପ୍ରଦାନ କରାଯାଇଛି, ଯେଉଁଥିରେ ୨୦୨୪ ଅକ୍ଟୋବର ୧ ରୁ ୨୦୨୫ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଖେଳ ଅବଧିକୁ ବିଚାରକୁ ନିଆଯାଇଛି।

ଗ୍ରେଡ୍ A+: ରୋହିତ ଶର୍ମା, ବିରାଟ କୋହଲି, ଜସପ୍ରୀତ ବୁମରା, ରବୀନ୍ଦ୍ର ଜାଡେଜା।
ଗ୍ରେଡ୍ A: ମହମ୍ମଦ ସିରାଜ, କେ.ଏଲ୍. ରାହୁଲ, ଶୁଭମନ ଗିଲ, ହାର୍ଦ୍ଦିକ ପାଣ୍ଡ୍ୟା, ମହମ୍ମଦ ଶାମି, ଋଷଭ ପନ୍ତ।
ଗ୍ରେଡ୍ B: ସୂର୍ଯ୍ୟକୁମାର ଯାଦବ, କୁଲଦୀପ ଯାଦବ, ଅକ୍ଷର ପଟେଲ, ଯଶସ୍ବୀ ଜୟସୱାଲ, ଶ୍ରେୟସ୍ ଆୟାର।

ଗ୍ରେଡ୍ C: ରିଙ୍କୁ ସିଂ, ତିଲକ ବର୍ମା, ଋତୁରାଜ ଗାୟକ୍ୱାଡ, ଶିବମ ଦୁବେ, ରବି ବିଷ୍ଣୋଇ, ୱାଶିଂଟନ ସୁନ୍ଦର, ମୁକେଶ କୁମାର, ସଞ୍ଜୁ ସାମସନ, ଅର୍ଶଦୀପ ସିଂ, ପ୍ରସିଦ୍ଧ କ୍ରିଷ୍ଣା, ରଜତ ପଟିଦାର, ଧ୍ରୁବ ଜୁରେଲ, ସରଫରାଜ ଖାନ, ନୀତୀଶ କୁମାର ରେଡ୍ଡୀ, ଇଶାନ କିଶନ, ଅଭିଷେକ ଶର୍ମା, ଆକାଶ ଦୀପ, ବରୁଣ ଚକ୍ରବର୍ତ୍ତୀ, ହର୍ଷିତ ରାଣା।

Image

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri