Posted inଖେଳ

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଥିବା ବେଳେ ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ସନରାଇଜର୍ସ ହାଇଦ୍ରାବାଦ (SRH)ମଧ୍ୟରେ କଡ଼ା ଟକ୍କର ହେବ।

ଚଳିତ ସିଜିନ୍‌ର ମ୍ୟାଚ୍‌ଗୁଡ଼ିକ ମୋଟ ୧୨ଟି ସହରରେ ଆୟୋଜିତ ହେବ। ସେଗୁଡ଼ିକ ହେଲା: ବେଙ୍ଗାଲୁରୁ, ମୁମ୍ବାଇ, ଚେନ୍ନାଇ, କୋଲକାତା, ଦିଲ୍ଲୀ, ଅହମ୍ମଦାବାଦ, ହାଇଦ୍ରାବାଦ, ଲକ୍ଷ୍ନୌ, ଜୟପୁର, ଧର୍ମଶାଳା, ରାୟପୁର ଏବଂ ନ୍ୟୁ ଚଣ୍ଡିଗଡ଼। ଶକ୍ତି ଓ ଇନ୍ଧନ ସଙ୍କଟର ଆଶଙ୍କା ଥିଲେ ମଧ୍ୟ ବିସିସିଆଇ ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ଟୁର୍ନାମେଣ୍ଟକୁ ଆଗକୁ ବଢ଼ାଇବାକୁ ନିଷ୍ପତ୍ତି ନେଇଛି।

କାର୍ଯ୍ୟସୂଚୀର କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ:

  1. ୮ଟି ଡବଲ ହେଡର୍‌: ଏହି ସିଜିନ୍‌ରେ ମୋଟ ୮ଟି ଡବଲ ହେଡର୍‌ ମ୍ୟାଚ ଖେଳାଯିବ।
  2. ଦ୍ୱିପ୍ରହର ମ୍ୟାଚ ୩:୩୦ରେ ଏବଂ ସନ୍ଧ୍ୟା ମ୍ୟାଚ ୭:୩୦ରେ ଆରମ୍ଭ ହେବ।
    ଘରୋଇ ଗ୍ରାଉଣ୍ଡରେ ପରିବର୍ତ୍ତନ:
  3. ପଞ୍ଜାବ କିଙ୍ଗସ: ଏହି ଦଳ ଧର୍ମଶାଳାରେ ୩ଟି ମ୍ୟାଚ୍‌ ଏବଂ ବାକି ମ୍ୟାଚ୍‌ ନ୍ୟୁ ଚଣ୍ଡିଗଡ଼ରେ ଖେଳିବ।
  4. RCB: ବେଙ୍ଗାଲୁରୁ ସହିତ ରାୟପୁରକୁ ମଧ୍ୟ ନିଜର ଦ୍ୱିତୀୟ ଘରୋଇ ମୈଦାନ ଭାବେ ବ୍ୟବହାର କରିବ RCB।
  5. ରାଜସ୍ଥାନ ରୟାଲ୍ସ:ଜୟପୁର ସମେତ ଗୁଆହାଟୀରେ ମଧ୍ୟ କିଛି ମ୍ୟାଚ ଖେଳିବ।
  6. ପ୍ଲେ-ଅଫ: ଲିଗ ପର୍ଯ୍ୟାୟ ମେ ୨୪ ତାରିଖରେ ଶେଷ ହେବ। ତେବେ ପ୍ଲେ-ଅଫ ଏବଂ ଫାଇନାଲ୍‌ର ତାରିଖ ପରେ ଘୋଷଣା କରାଯିବ।

ପ୍ରମୁଖ ମ୍ୟାଚ ତାଲିକା:
୨୮ ମାର୍ଚ୍ଚ: RCB vs SRH (ବେଙ୍ଗାଲୁରୁ)
୨୯ ମାର୍ଚ୍ଚ: MI vs KKR (ମୁମ୍ବାଇ)
୫ ଏପ୍ରିଲ: RCB vs CSK (ବେଙ୍ଗାଲୁରୁ)
୨୩ ଏପ୍ରିଲ:MI vs CSK (ମୁମ୍ବାଇ)
୨୪ ମଇ: ଲିଗ ପର୍ଯ୍ୟାୟର ଶେଷ ମ୍ୟାଚ (MI vs RR ଏବଂ KKR vs DC)

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?