Posted inଖେଳ

୪ ବର୍ଷ ପରେ ଆଜି ହେବ ବିସିସିଆଇର ଆଓ୍ବାର୍ଡ ସେରିମନି, ଭାରତ ସହ ଇଂଲଣ୍ଡ ଦଳ ମଧ୍ୟ ହେବେ ସାମିଲ, ଜାଣନ୍ତୁ କେଉଁଠି ଦେଖିପାରିବେ ଲାଇଭ୍‌

ନୂଆଦିଲ୍ଲୀ,୨୩।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ବାର୍ଷିକ ପୁରସ୍କାର ସମାରୋହ ମଙ୍ଗଳବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବ । ବିସିସିଆଇର ଏହି ପୁରସ୍କାର ଉତ୍ସବ ଚାରି ବର୍ଷ ପରେ ହୋଉଛି। କରୋନା କାରଣରୁ ଏହି ଆଓ୍ବାର୍ଡ ସମାରୋହ ବନ୍ଦ ହୋଇଯାଇଥିଲା। ଗତ ଥର ୧୩ ଜାନୁଆରୀ ୨୦୨୦ରେ ମୁମ୍ବାଇରେ ଏହି ସମାରୋହ ଅନୁଷ୍ଠିତ ହୋଇଥିଲା। ସେହି ସମୟରେ ଜସପ୍ରୀତ ବୁମ୍‌ରାଙ୍କୁ ଶ୍ରେଷ୍ଠ ଅନ୍ତର୍ଜାତୀୟ କ୍ରିକେଟର ଭାବରେ ମନୋନୀତ କରାଯାଇଥିଲା ଏବଂ ତାଙ୍କୁ ପୋଲି ଉମ୍ରିଗର ଆଓ୍ବାର୍ଡ’ ପ୍ରଦାନ କରାଯାଇଥିଲା।

ଚାରି ବର୍ଷର ଦୀର୍ଘ ବିରତି ପରେ ଏହି ସମାରୋହ ଆୟୋଜିତ ହେଉଛି। ତେବେ ଭାରତୀୟ କ୍ରିକେଟର ଶୁବମାନ ଗିଲ ‘କ୍ରିକେଟର ଅଫ ଦ ଇୟର’ ପାଇଁ ଫାଇନାଲିଷ୍ଟ ହୋଇଛନ୍ତି। ଏହା ସହିତ ପୂର୍ବତନ ଟିମ ଇଣ୍ଡିଆର କୋଚ ରବି ଶାସ୍ତ୍ରୀଙ୍କୁ ଲାଇଫ୍‌ ଟାଇମ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ କେବଳ ଭାରତୀୟ ଦଳର ସମସ୍ତ ଖେଳାଳି ଉପସ୍ଥିତ ରହିବେ ନାହିଁ, ବରଂ ଟେଷ୍ଟ ସିରିଜ ଖେଳିବାକୁ ଆସିଥିବା ଇଂଲଣ୍ଡ ଦଳ ମଧ୍ୟ ଉପସ୍ଥିତ ରହିବେ।

ବିସିସିଆଇର ଏହି ପୁରସ୍କାର କାର୍ଯ୍ୟକ୍ରମ ମଙ୍ଗଳବାର ସନ୍ଧ୍ୟା ୬ଟାରେ ହାଇଦ୍ରାବାଦରେ ଅନୁଷ୍ଠିତ ହେବ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଠାରୁ ଏହି ସହରରେ ଖେଳାଯିବ। ଏହି ପୁରସ୍କାର କାର୍ଯ୍ୟର ଲାଇଭ ଟେଲିକାଷ୍ଟ ପାଇଁ ଚ୍ୟାନେଲ ଘୋଷଣା କରାଯାଇ ନାହିଁ କିନ୍ତୁ ଜିଓ ସିନେମା ଆପ ଏବଂ ୱେବସାଇଟରେ ଲାଇଭ ଷ୍ଟ୍ରିମିଂ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri