Posted inଖେଳ

ବିସିସିଆଇର ଅନ୍ତରୀଣ ସିଇଓ ହେଲେ ହେମଙ୍ଗ ଅମିନ୍‌

ନୁଆଦିଲ୍ଲୀ, ୧୪।୭- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ହେମଙ୍ଗ ଅମିନ୍‌ଙ୍କୁ ଏହାର ଅନ୍ତରୀଣ ସିଇଓ ଭାବେ ନିଯୁକ୍ତ କରିଛି। ଗତ ସପ୍ତାହରେ ରାହୁଲ ଜୋହରୀ ଇସ୍ତଫା ପତ୍ର ଗ୍ରହଣ ହେବା ପରେ ବିସିସିଆଇର ଏହି ସମ୍ମାନଜନକ ପଦଟି ଖାଲି ପଡ଼ିଥିଲା। ହେମଙ୍ଗ ବର୍ତ୍ତମାନ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚିଫ୍‌ ଅପରେଟିଂ ଅଫିସର (ସିଓଓ) ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୭ରେ ସେ ଆଇପିଏଲ୍‌ ସିଓଓ ଭାବେ ନିଯୁକ୍ତ ହୋଇଥିଲେ। ବିସିସିଆଇର ଜୈନିକ ଅଧିକାରୀ ନିଜ ନାମ ଗୋପନ ରଖି ଏକ ଜାତୀୟ ଗଣମାଧ୍ୟମକୁ କହିଛନ୍ତି, ‘ଏହି ପଦ ପାଇଁ ଅମିନ୍‌ ସବୁଠାରୁ ଉପଯୁକ୍ତ ବ୍ୟକ୍ତି। ସତ କହିବାକୁ ଗଲେ ବିସିସିଆଇରେ ତାଙ୍କ ଅବଦାନ ରାହୁଲ ଜୋହରୀଙ୍କଠାରୁ ଯଥେଷ୍ଟ ଅଧିକ। ବିସିସିଆଇର ଅଧିକାଂଶ ବାଣିଜିକ୍ୟ କାରବାର ପାଇଁ ସେ ପ୍ରକୃତ କାମ କରିଛନ୍ତି’। ଏଠାରେ ଉଲ୍ଲେଖଯୋଗ୍ୟ, ଗତବର୍ଷ ଆଇପିଏଲ୍‌ ଉଦ୍‌ଘାଟନୀ ଉତ୍ସବକୁ ଜାକ ଜମକରେ ଆୟୋଜନ ନ କରି ଏହାର ଅର୍ଥକୁ ପୁଲ୍‌ଓ୍ବାମା ଆଟାକ୍‌ରେ ଶହୀଦ୍‌ ହୋଇଥିବା ଯବାନଙ୍କ ପରିବାରକୁ ଦାନ କରିବାରେ ହେମଙ୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେହିଭଳି ଜୋହରୀ ଗତ ବର୍ଷ ଡିସେମ୍ବରରେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିବାବେଳେ ବିସିସିଆଇ ଗତ ଗୁରୁବାର ଏହାକୁ ଗ୍ରହଣ କରିଥିଲା। ଏଥିସହ ତାଙ୍କୁ ପଦ ଛାଡ଼ିବାକୁ ଇମେଲ୍‌ ଯୋଗେ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri