Posted inଖେଳ

୨୦୨୨ରୁ ଆଇପିଏଲରେ ଖେଳିବେ ୧୦ ଦଳ

ଅହମ୍ମଦାବାଦ,୨୪।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୨୦୨୨ ସଂସ୍କରଣରେ ଦୁଇଟି ନୂଆ ଦଳ ସହ ମୋଟ ୧୦ ଟିମ୍‌ ଅଂଶଗ୍ରହଣ କରିବେ। ଏ ନେଇ ଗୁରୁବାର ବସିଥିବା ବିସିସିଆଇର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌)ରେ ନିଷ୍ପତ୍ତି ନିଆଯାଇଛି। ୨୦୨୨ ଆଇପିଏଲରେ ଦୁଇଟି ନୂଆ ଦଳ ଖେଳିବେ ବୋଲି ଜଣେ ବୋର୍ଡ ଅଫିସିଆଲ କହିଛନ୍ତି।

ଏଜିଏମ୍‌ରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ତାହା ହେଲା କ୍ରିକେଟର ଟି୨୦ ଫର୍ମାଟକୁ ୨୦୨୮ ଲସ୍‌ ଏଞ୍ଜେଲ୍ସ ଅଲିମ୍ପିକ୍ସରେ ସାମିଲ କରିବାକୁ ବିଡ୍‌ ଦାଖଲ କରିଛି ଆଇସିସି। ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସ୍ପଷ୍ଟିକରଣ ଦେବା ପରେ ଆଇସିସିକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଆଉ ପୁରୁଷ ଓ ମହିଳା ପ୍ରଥମ ଶ୍ରେଣୀ କ୍ରିକେଟରଙ୍କୁ କୋଭିଡ୍‌-୧୯ କାରଣରୁ ଖେଳାଯାଇ ନ ଥିବା ଘରୋଇ ସିଜିନ ପାଇଁ କ୍ଷତିପୂରଣ ପ୍ରଦାନ କରାଯିବ। ଏଥିସହ ଭେଟେରାନ କଂଗ୍ରେସ ନେତା ରାଜିବ ଶୁକ୍ଲାଙ୍କୁ ବିସିସିଆଇର ଉପ ସଭାପତି ପଦରେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri