Posted inଖେଳ

ଦ୍ୱିତୀୟ ଦିନିକିଆ ପୂର୍ବରୁ ଗମ୍ଭୀର, ଅଜିତ ଅଗରକରଙ୍କ ସହ BCCIର ଜରୁରୀ ବୈଠକ

ମୁମ୍ବାଇ,୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆସନ୍ତା ବୁଧବାର ଖେଳାଯିବାକୁ ଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ ପୂର୍ବରୁ ବିସିସିଆଇ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏବଂ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ ସହ ଏକ ଜରୁରୀ ବୈଠକ ଡାକିଥିବା ଖବର ମିଳିଛି। ଟିମ୍ ଇଣ୍ଡିଆର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ତୁରନ୍ତ ଆଲୋଚନା ପାଇଁ ଏହି ବୈଠକ ଆହୂତ କରାଯାଇଛି।

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଘରୋଇ ଟେଷ୍ଟ୍ ସିରିଜରେ ଭାରତର ପରାଜୟ ପରେ ଦଳରେ ଦେଖାଯାଇଥିବା ତ୍ରୁଟି ଏବଂ ଭବିଷ୍ୟତ ପାଇଁ ‘ଚୟନରେ ସ୍ଥିରତା’ ଏବଂ ଦୀର୍ଘକାଳୀନ ରଣନୀତି ଉପରେ ସ୍ପଷ୍ଟତା ଆଣିବା ଏହି ବୈଠକର ମୁଖ୍ୟ ଲକ୍ଷ୍ୟ।

ରିପୋର୍ଟ ଅନୁଯାୟୀ, ବିସିସିଆଇ ସଚିବ ଦେବଜିତ ଶଇକିଆ, ଯୁଗ୍ମ ସଚିବ ପ୍ରଭତେଜ ସିଂ ଭାଟିଆ, ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏବଂ ଚୟନ କମିଟିର ମୁଖ୍ୟ ଅଜିତ ଅଗରକର ଏହି ଆଲୋଚନାରେ ସାମିଲ ହେବେ।

ବରିଷ୍ଠ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଏହି ବୈଠକର ଆୟୋଜନ କରାଯାଇଛି। ତେବେ ମ୍ୟାଚ୍ ଦିନ ବୈଠକ ଥିବାରୁ ଏଥିରେ ବରିଷ୍ଠ ଖେଳାଳିମାନେ ଯୋଗଦେବାର ସମ୍ଭାବନା କମ୍ ବୋଲି ଜଣାପଡିଛି।

ଜଣେ ବରିଷ୍ଠ ବିସିସିଆଇ ଅଧିକାରୀ କହିଛନ୍ତି ଯେ, “ଟେଷ୍ଟ ସିରିଜ୍ ସମୟରେ ପଡ଼ିଆ ଭିତରେ ଓ ବାହାରେ ଦ୍ୱନ୍ଦ୍ୱପୂର୍ଣ୍ଣ ରଣନୀତି ଦେଖିବାକୁ ମିଳିଥିଲା। ଆଗାମୀ ଟି-୨୦ ଓ ଦିନିକିଆ ବିଶ୍ୱକପ୍ ପୂର୍ବରୁ ଆମେ ଏସବୁ ସମସ୍ୟାର ସମାଧାନ ଚାହୁଁଛୁ।”

ଏହି ବୈଠକ ଦଳ ପରିଚାଳନା ଏବଂ ବିଶେଷକରି କୋହଲି ଓ ରୋହିତଙ୍କ ଭଳି ବରିଷ୍ଠ ଖେଳାଳିଙ୍କ ମଧ୍ୟରେ ଥିବା ଯୋଗାଯୋଗରେ ସମ୍ଭାବ୍ୟ ତ୍ରୁଟିକୁ ସୂଚାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri