Posted inଖେଳ

ବିସିସିଆଇର ସବୁଜ ସଙ୍କେତ; ଆସନ୍ତା ବର୍ଷରୁ ହୋଇପାରେ ମହିଳା ଆଇପିଏଲ୍‌

ନୂଆଦିଲ୍ଲୀ,୨୫।୩: ପୁରୁଷ ଭଳି ମହିଳା ଆଇପିଏଲ୍‌ ଆୟୋଜନ କରିବାକୁ ସବୁଜ ସଙ୍କେତ ଦେଇଛି ବିସିସିଆଇ। ୨୦୨୨ ଆଇପିଏଲ୍‌ ଆରମ୍ଭ  ପୂର୍ବରୁ ଆୟୋଜିତ  ପରିଚାଳନା ପରିଷଦ ବୈଠକରେ ଏନେଇ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଏଣୁ ଆସନ୍ତା ବର୍ଷ ଅର୍ଥାତ ୨୦୨୩ରେ ଏହା ଆରମ୍ଭ ହୋଇପାରେ। ୬ଟି ଦଳରୁ ଏହା ଆରମ୍ଭ ହେବାର ସମ୍ଭାବନା ରହିଛି।

ଆଇପିଏଲ୍‌ ପରିଚାଳନା ପରିଷଦ ବୈଠକରେ ଆଲୋଚନା ହେବା ପରେ ଏଜିଏମ୍‌ ବୈଠକରେ ମହିଳା ଆଇପିଏଲ୍‌ ନେଇ ଆଲୋଚନା ହେବ। ୨୦୨୩ରେ ୬ଟିମ୍‌ ସହ ଲିଗ୍‌ ଖେଳାଯିବା ନେଇ ସହମତି ପ୍ରକାଶ ପାଇଛି। ବର୍ତ୍ତମାନର ଫ୍ରାଞ୍ଚାଇଜ୍‌ଙ୍କୁ ଦଳ କିଣିବାର ସୁଯୋଗ ଦିଆଯିବ ବୋଲି ଜଣାପଡ଼ିଛି।

ତେବେ ମହିଳା ଆଇପିଏଲ୍‌ ଆରମ୍ଭ ପୂର୍ବରୁ ଚଳିତ ବର୍ଷ ମହିଳା ଚ୍ୟାଲେଞ୍ଜର୍ସ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ପୁଣେରେ ଏହା ଅନୁଷ୍ଠିତ ହେବ। କରୋନା ଯୋଗୁ ୨୦୨୦,୨୧ରେ ଦେଶରେ ଏହା ଆୟୋଜନ କରାଯାଇପାରି ନ ଥିଲା। ଏଭଳି ପରିସ୍ଥିତିରେ ଦୁଇବର୍ଷ ପରେ ପୁଣିଥରେ ଭାରତ ଏବଂ ବିଦେଶର ମହିଳା ଖେଳାଳିମାନେ ଟି-୨୦ ଫର୍ମାଟରେ ପରସ୍ପରକୁ ଚ୍ୟାଲେଞ୍ଜ କରୁଥିବା ନଜର ଆସିବେ। ବର୍ତ୍ତମାନ ତାରିଖ ବିଷୟରେ କୌଣସି ଘୋଷଣା ହୋଇନାହିଁ। ହେଲେ ମେ’ରେ ଏହି ଟୁର୍ନାମେଣ୍ଟ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri