Posted inଖେଳ

ବିସିସିଆଇ ମାମଲା: ଆଜି ଶୁଣାଣି

ନୂଆଦିଲ୍ଳୀ,୧୪ା୯(ପି.ଟି.): ବିସିସିଆଇ ପକ୍ଷରୁ ଦାଖଲ କରାଯାଇଥିବା ପିଟିସନ୍‌ ଉପରେ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ବିସିସିଆଇ କାର୍ଯ୍ୟକର୍ତ୍ତାଙ୍କ ଦାୟିତ୍ୱ ଅବଧି ବୃଦ୍ଧି କରିବା ଉପରେ ଶୁଣାଣି କରିବା ସହିତ ଏହାକୁ ଖାରଜ କରି ଦେଇଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ ଓ ହିମା କୋହଲିଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। କୌଣସି ରାଜ୍ୟ ଓ ବିସିସିଆଇର କର୍ମକର୍ତ୍ତା ଭାବରେ ୬ ବର୍ଷ କାର୍ଯ୍ୟ କରିବା ପରେ ୩ ବର୍ଷ ପାଈଁ ପଦରୁ ଦୂରେଇ ରହିବାର(କୁଲିଂ ଅଫ୍‌ ପିରିୟଡ୍‌) ନିୟମ ରହିଥିବା ବେଳେ ଏହାକୁ ସଂଶୋଧନ କରିବା ପାଇଁ ଯାଚିକା ଦାଖଲ କରାଯାଇଥିଲା। କୋର୍ଟ କୁଲିଂ ଅଫ୍‌ ପିରିୟଡ୍‌ ବାଧ୍ୟତାମୂଳକ ବୋଲି କହିଥିଲେ। ନିହିତ ସ୍ବାର୍ଥକୁ ରୋକିବା ପାଇଁ ଏହି ବ୍ୟବସ୍ଥା ଲାଗୁ କରାଯାଇଥିବା ବେଳେ ବିସିସିଆଇ ସମ୍ବିଧାନ ଅନୁସାରେ ଏହା ରହିଛି। ବିସିସିଆଇ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ମାମଲା ପରିଚାଳନା କରିଥିଲେ। ୩ ବର୍ଷ କାର୍ଯ୍ୟକାଳ ମଧ୍ୟରେ ତୃଣମୂଳ ସ୍ତରରେ ନେତୃତ୍ୱ ନେବାର ଶୈଳୀ ବିକଶିତ ହେଉନଥିବା ନେଇ ଯୁକ୍ତି କରିଥିଲେ। ମଙ୍ଗଳବାର କୋର୍ଟ କୌଣସି ରାୟ ପ୍ରକାଶ କରିନଥିବା ବେଳେ ଆସନ୍ତା କାଲି ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri