Posted inଖେଳ

ମାଞ୍ଚେଷ୍ଟର ଟେଷ୍ଟ ହେବ ନା ନାହିଁ

ମାଞ୍ଚେଷ୍ଟର,୯।୯: ଭାରତୀୟ ଦଳର ସପୋର୍ଟ ଷ୍ଟାଫଙ୍କ ଆରଟିପିସଆର ରିପୋର୍ଟ ପଜିଟିଭ ଆସିବା ପରେ ସିରିଜ୍‌ର ୫ମ ତଥା ଅନ୍ତିମ ଟେଷ୍ଟ ଅନିଶ୍ଚିତତାରେ ଘେରି ହୋଇଯାଇଛି। ଏହା ଉପରେ ମତ ରଖିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି।

”ବର୍ତ୍ତମାନ ୫ମ ଟେଷ୍ଟ ଖେଳାଯିବ ନା ନାହିଁ ଜଣାନାହିଁ। ଆଶା କରୁଛୁ ଖେଳ ହେଉ“ ବୋଲି କୋଲକାତାରେ ଏକ ପୁସ୍ତକ ଉନ୍ମୋଚନ ଅବସରରେ କହିଛନ୍ତି ଗାଙ୍ଗୁଲି କହିଛନ୍ତି।

ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଓ ସପୋର୍ଟ ଷ୍ଟାଫ୍‌ ଭରତ ଅରୁଣ, ଆର ଶ୍ରୀଧର ଓ ନୀତିନ ପଟେଲଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ଆଇସୋଲେଶନରେ ରଖାଯାଇଛି। ଏବେ ଦଳୀୟ ଫିଜିଓ ନୀତିନ ପଟେଲଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଟିମ୍‌ ମ୍ୟାନେଜମେଣ୍ଟର ଚିନ୍ତା ବଢ଼ିଯାଇଛି। କାରଣ ନୀତିନ ଖେଳାଳିଙ୍କ ସିଧାସଳଖ ସଂଶ୍ପର୍ସରେ ଥିଲେ। ତେବେ ଖେଳାଳିଙ୍କ ଟେଷ୍ଟ କରାଯାଇଛି। କିନ୍ତୁ ସେମାନଙ୍କ ରିପୋର୍ଟ ଏପର୍ଯ୍ୟନ୍ତ ଆସି ନାହିଁ। ବର୍ତ୍ତମାନ ଟେଷ୍ଟ ସିରିଜ୍‌ରେ ଭାରତ ୨-୧ରେ ଆଗୁଆ ଅଛି। ଶୃଙ୍ଖଳାକୁ ଜିତିବା ପାଇଁ ଟିମ୍‌ ଇଣ୍ଡିଆକୁ ମାଞ୍ଚେଷ୍ଟର ଟେଷ୍ଟକୁ ଅତିକମ୍‌ରେ ଡ୍ର’ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri