Posted inଖେଳ

ଦୀପକ ଚହରଙ୍କୁ ବିସିସିଆଇ କ୍ଲିୟରାନ୍ସ

ଦୁବାଇ, ୧୨ା୯ (ପି.ଟି.):ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ଠାରୁ ଆବଶ୍ୟକ କ୍ଲିୟରାନ୍ସ ହାସଲ କରିବା ପରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପେସ୍‌ ବୋଲର ଦୀପକ ଚହର ଶୁକ୍ରବାରଠାରୁ ତାଙ୍କ ଟ୍ରେନିଂ ଆରମ୍ଭ କରିଛନ୍ତି। ଦୀପକ କୋଭିଡ୍‌-୧୯ ପଜିଟିଭ ଥିଲେ। ଦୁଇଥର ନେଗେଟିଭ୍‌ ଟେଷ୍ଟ ପରେ ବୁଧବାର ସେ ସିଏସ୍‌କେର ବାୟୋ ବବଲରେ ପ୍ରବେଶ କରିଥିଲେ। ନେଟ୍ସ ପୂର୍ବରୁ ବିସିସିଆଇର ପ୍ରୋଟୋକଲ ଅନୁସାରେ ତାଙ୍କର ଏକ କାଡିଓ ଭାସ୍କୁଲାର ଟେଷ୍ଟ ହୋଇଥିଲା। ଏଥିରେ ଉତ୍ତୀର୍ଣ୍ଣ ହେବାପରେ ସେ ଶୁକ୍ରବାରଠାରୁ ଅଭ୍ୟାସ ଆରମ୍ଭ କରିଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଉଦ୍‌ଘାଟନୀ ମ୍ୟାଚ ସେପ୍ଟେମ୍ବର ୧୯ରେ ଖେଳାଯିବ। ଏଥିରେ ଗତବର୍ଷରୁ ରନର୍ସଅପ୍‌ ସିଏସ୍‌କେ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ। ୧୯ଜଣ ସଦସ୍ୟ କରୋନା ପଜିଟିଭ ଜଣାପଡ଼ିବାରୁ ଚେନ୍ନାଇ ସୁପର କିଙ୍ଗ୍ସ ଶେଷରେ ଟ୍ରେନିଂ ଆରମ୍ଭ କରିଛି। ପଜିଟିଭ ଥିବା ଦଳର ଅନ୍ୟ ଜଣେ ବ୍ୟାଟ୍ସମ୍ୟାନଙ୍କର ଶନିବାର ଟେଷ୍ଟ ହେବ।
ସୁରେଶ ରାଇନା ଓ ହରଭଜନ ସିଂ ବ୍ୟକ୍ତିଗତ କାରଣ ଦର୍ଶାଇ ଟୁର୍ନାମେଣ୍ଟରୁ ଓହରିଯାଇଥିବାରୁ ଦଳ ପାଇଁ ଏହା ଧକ୍କା ସଦୃଶ ହୋଇଛି। ସିଏସ୍‌କେ ସିଇଓ କାଶି ବିଶ୍ୱନାଥନ କହିଛନ୍ତି, ଆମେ ସିନିୟର ଖେଳାଳିଙ୍କ ଅନୁପସ୍ଥିତି ଅନୁଭବ ନିଶ୍ଚୟ କରିବୁ। କିନ୍ତୁ ଅନ୍ୟମାନଙ୍କୁ ସେମାନଙ୍କ ଦକ୍ଷତା ପ୍ରତିପାଦନ କରିବା ଲାଗି ସୁଯୋଗ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri