Posted inଖେଳ

ଆଇପିଏଲରୁ ବ୍ୟାନ ହୋଇପାରନ୍ତି ଦୁଇ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୩୦।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୨୦୨୨ ସଂସ୍କରଣରୁ ବ୍ୟାନ ହୋଇପାରନ୍ତି ଷ୍ଟାର ଭାରତୀୟ ଖେଳାଳି ଲୋକେଶ ରାହୁଲ ଓ ଆଫଗାନିସ୍ତାନର ପ୍ରସିଦ୍ଧ ସ୍ପିନର ରଶିଦ ଖାନ। ଦୁଇ ଖେଳାଳିଙ୍କ ବିରୋଧରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିସିସିଆଇ ନିକଟରେ ଅଭିଯୋଗ କରିଛନ୍ତି।

ଇନସାଇଡ୍‌ସ୍ପୋର୍ଟରେ ପ୍ରକାଶ ପାଇଥିବା ରିପୋର୍ଟ ମୁତାବକ, ଦୁଇ ଖେଳାଳି ନିଜ ଫ୍ରାଞ୍ଚାଇଜ ଛାଡ଼ି ଆର୍‌ପିଏସ୍‌ଜି ଗ୍ରୁପ ସମର୍ଥିତ ଲକ୍ଷ୍ନୌ ଫ୍ରାଞ୍ଚାଇଜରେ ଯୋଗ ଦେବା ପାଇଁ ଆଲୋଚନା କରିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଏହି ଅଭିଯୋଗ ଉପରେ ତଦନ୍ତ କରୁଛି।

ଅଭିଯୋଗ ସମ୍ପର୍କରେ ବିସିସିଆଇ ସୂତ୍ରରୁ କୁହାଯାଇଛି, ଆମକୁ ଏପର୍ଯ୍ୟନ୍ତ କୌଣସି ଲିଖିତ ଅଭିଯୋଗ ମିଳିନାହିଁ। କିନ୍ତୁ ଲକ୍ଷ୍ନୌ ଦଳ ଖେଳାଳିଙ୍କୁ ପୋଚିଂ କରୁଥିବା ଦୁଇ ଫ୍ରାଞ୍ଚାଇଜ ମୌଖିକ ଭାବେ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ ଚାଲିଛି। ଯଦି ଅଭିଯୋଗରେ ସତ୍ୟତା ଥିବା ପ୍ରମାଣିତ ହୁଏ, ତେବେ ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ। ଆମେ ପୁରୁଣା ଦଳର ସନ୍ତୁଳନ ନଷ୍ଟ କରିବାକୁ ଚାହୁଁନାହିଁ। ମାତ୍ର ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ବେଳେ ଏଭଳି ସମସ୍ୟାକୁ ଏଡ଼ାଯାଇ ପାରିବ ନାହିଁ।

ଉକ୍ତ ରିପୋର୍ଟ ମୁତାବକ, ରାହୁଲ ଓ ରଶିଦଙ୍କୁ ଆର୍‌ପିଏସ୍‌ଜି ସମର୍ଥିତ ଲକ୍ଷ୍ନୌ ଫ୍ରାଞ୍ଚାଇଜରେ ସାମିଲ ହେବା ପାଇଁ ଯଥାକ୍ରମେ ୨୦ ଓ ୧୬ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି। ସନରାଇଜର୍ସ ଆଫଗାନ ସ୍ପିନରଙ୍କୁ ଦଳରେ ରଖିବାକୁ ଚାହୁଁଚି। ହେଲେ ତାଙ୍କୁ ୧୨ କୋଟିରୁ ଅଧିକ ଟଙ୍କା ଦେବାକୁ ଚାହୁଁନାହିଁ। ବର୍ତ୍ତମାନ ରଶିଦଙ୍କୁ ପ୍ରତ୍ୟେକ ସିଜନ ପିଛା ୯ କୋଟି ମିଳୁଥିବା ବେଳେ ରାହୁଲଙ୍କୁ ୧୧ କୋଟି ଟଙ୍କା ମିଳୁଛି।

ତେବେ ୨୦୧୦ରେ ପ୍ରଥମ ଥର ପାଇଁ ଆଇପିଏଲରେ ଖେଳାଳିଙ୍କ ପୋଚିଂ ଘଟଣା ସାମ୍ନାକୁ ଆସିଥିଲା। ସେତେବେଳେ ବର୍ଷକ ଲାଗି ବାସନ୍ଦ ହୋଇଥିଲେ ସିଏସ୍‌କେ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା। ରାଜସ୍ଥାନ ରୟାଲ୍ସ ଦଳ ସହ ତାଙ୍କ ଚୁକ୍ତି ଶେଷ ହୋଇ ନ ଥିବା ବେଳେ ସେ ଅନ୍ୟ ଫ୍ରାଞ୍ଚାଇଜ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri