Posted inଖେଳ

ଧୋନୀଙ୍କ ପାଇଁ ବିଦାୟୀ ମ୍ୟାଚ୍‌ ଆୟୋଜନ କରିପାରେ ବିସିସିଆଇ

ନୂଆଦିଲ୍ଲୀ, ୧୯।୮: ଭାରତୀୟ କ୍ରିକେଟ୍‌ ଦଳର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଅଗଷ୍ଟ ୧୫ ତାରିଖ ସନ୍ଧ୍ୟାରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ ନେଇ ଘୋଷଣା କରିଥିଲେ। ଦେଶ ପାଇଁ ୩ଟି ଆଇସିସି ଟ୍ରଫି ଜିତିଥିବା ଧୋନୀଙ୍କ ଏହି ନିଷ୍ପତ୍ତିକୁ ତାଙ୍କର କୋଟି କୋଟି ପ୍ରଶଂସକ ସହଜେ ବିଶ୍ୱାସ କରିପାରୁ ନାହାନ୍ତି। କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପରି ଧୋନୀ ମଧ୍ୟ ପଡ଼ିଆରୁ ଅବସର ନିଅନ୍ତୁ ବୋଲି ଅନେକ ମତ ରଖିଥିଲେ। ଧୋନୀଙ୍କୁ ମଧ୍ୟ ବିଦାୟୀ ମ୍ୟାଚ୍‌ ଖେଳିବାରୁ ସୁଯୋଗ ଦିଆଯାଉ ବୋଲି ଚାରିଆଡ଼ୁ ସ୍ବର ଉଠିଛି। ଏପରିକି ବହୁ ପୂର୍ବତନ କ୍ରିକେଟର୍‌ ଧୋନୀଙ୍କ ପାର୍ଇ ବିଦାୟୀ ମ୍ୟାଚ୍‌ ସପକ୍ଷରେ ରହିଛନ୍ତି।
ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ମୁତାବକ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ଧୋନୀଙ୍କ ପାଇଁ ବିଦାୟୀ ମ୍ୟାଚ୍‌ ଆୟୋଜନ କରିବା ନେଇ ଚିନ୍ତା କରୁଛି। ବିସିସିଆଇର ଜୈନିକ ଅଧିକାରୀ କହିଛନ୍ତି, ‘ଆଗାମୀ ଆଇପିଏଲ୍‌ ସମୟରେ ଏନେଇ ଧୋନୀଙ୍କ ସହ ଆଲୋଚନା କରାଯିବ। ଏହାପରେ ପରବର୍ତ୍ତୀ କାର୍ଯ୍ୟକ୍ରମ ସ୍ଥିର କରାଯିବ। ବର୍ତ୍ତମାନ କୌଣସି ଅନ୍ତର୍ଜାତୀୟ ସିରିଜ ନାହିଁ। ଆଇପିଏଲ୍‌ ପରେ ଧୋନୀଙ୍କ ପାଇଁ ବିଦାୟୀ ମ୍ୟାଚ୍‌ ଆୟୋଜନ କରାଯାଇପାରେ। ଧୋନୀଙ୍କ ପାଇଁ ବିଦାୟୀ ମ୍ୟାଚ୍‌ ଆୟୋଜନ କରିବା ସପକ୍ଷରେ ବୋର୍ଡ ମଧ୍ୟ ରହିଥିଲା। କିନ୍ତୁ ଧୋନୀ ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚକିତ କରିଦେଲେ। ଆଇପିଏଲ୍‌ ସମୟରେ ଏନେଇ ଧୋନୀଙ୍କ ସହ ଆଲୋଚନା କରାଯିବ। ଧୋନୀଙ୍କୁ ସମ୍ମାନିତ କରିବା ବିସିସିଆଇ ପାଇଁ ସମ୍ମାନର କଥା ହେବ’ ବୋଲି ଏହି ଅଧିକାରୀଜଣଙ୍କ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri