Posted inଖେଳ

ବିସିସିଆଇ-ଏମିରେଟ୍ସ କ୍ରିକେଟ ଏମ୍‌ଓୟୁ ସ୍ବାକ୍ଷରିତ

ଦୁବାଇ, ୨୦ା୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଏମିରେଟ୍ସ କ୍ରିକେଟ ବୋର୍ଡ ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର (ଏମଓୟୁ) ଏବଂ ହୋଷ୍ଟିଂ ଏଗ୍ରିମେଣ୍ଟ ସ୍ବାକ୍ଷରିତ ହୋଇଛି। ଦୁଇ ଦେଶ ମଧ୍ୟରେ କ୍ରିକେଟ ସମ୍ପର୍କ ବୃଦ୍ଧି ଲକ୍ଷ୍ୟ ନେଇ ଏହା କରାଯାଇଥିବା ବିସିସିଆଇ ସମ୍ପାଦକ ଜୟ ଶାହା ପ୍ରକାଶ କରିଛନ୍ତି। ଚୁକ୍ତି ସ୍ବାକ୍ଷର ବେଳେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ କୋଷାଧ୍ୟକ୍ଷ ଅରୁଣ ଧୁମଲ ପ୍ରମୁଖ ଉପସ୍ଥିତ ଥିଲେ। ଏମିରେଟ୍ସ କ୍ରିକେଟ ବୋର୍ଡ ତରଫରୁ ଏହାର ଚେୟାରମ୍ୟାନ ଖଲିଦ୍‌ ଅଲ୍‌ ଜାରୁନି ବୁଝାମଣା ପତ୍ରରେ ସ୍ବାକ୍ଷରିତ କରିଥିଲେ। ରାଜିନାମା ଦ୍ୱାରା ଭାରତରେ ଯଦି କରୋନା ମହାମାରୀ ପରିସ୍ଥିତିରେ ସୁଧାର ନ ଆସେ ତେବେ ଆଉ ୬ ମାସ ପରେ ଆଇପିଏଲର ପରବର୍ତ୍ତୀ ସଂସ୍କରଣ ଅର୍ଥାତ ୨୦୨୧ ଏପ୍ରିଲ୍‌ରେ ପୁଣି ୟୁଏଇରେ ଆୟୋଜନ ହୋଇପାରେ। ଆଗକୁ ଭାରତର ଆଉ ଏକ ପ୍ରମୁଖ ଇଭେଣ୍ଟ ରହିଛି। ତାହା ହେଲା ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜ। ଏହାକୁ ଯଥା ସମ୍ଭବ ଭାରତରେ ଆୟୋଜନ କରିବା ଲାଗି ଉଦ୍ୟମ ହେବ। ଯଦି ସମ୍ଭବ ନ ହୁଏ ତେବେ ଏହା ବିକଳ୍ପ ଭେନ୍ୟୁ ୟୁଏଇରେ ହୋଇପାରେ ବୋଲି ବିସିସିଆଇର ଜଣେ ବରିଷ୍ଠ ପଦାଧିକାରୀ କହିଛନ୍ତି। କୋଭିଡ୍‌-୧୯ ଯୋଗୁ ଆଇପିଏଲ୍‌ର ୧୩ ତମ ସଂସ୍କରଣ ଭାରତ ବାହାରେ ଅନୁଷ୍ଠିତ ହେଉଛି। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇ, ଆବୁଧାବି ଓ ଶାରଜା ଆଦି ତିନୋଟି ଭେନ୍ୟୁରେ ଏହା ଅନୁଷ୍ଠିତ ହେଉଛି। ଶନିବାର ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ୍‌ ଗତଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରନର୍ସଅପ୍‌ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଛି। ଫାଇନାଲ ନଭେମ୍ବର ୧୦ରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri