Posted inଖେଳ

ଅଗରକରଙ୍କୁ ବଡ଼ ଉପହାର ଦେଲା BCCI

ନୂଆଦିଲ୍ଲୀ,୨୧।୮: ଏସିଆ କପ ୨୦୨୫ ଦଳ ଚୟନ ପରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ଏକ ବିଶେଷ ଉପହାର ଦେଇଛି। ଅଜିତ ଅଗରକରଙ୍କୁ ଜୁନ ୨୦୨୩ରେ ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତା କରାଯାଇଥିଲା। ତାଙ୍କର କାର୍ଯ୍ୟକାଳ ୨ ବର୍ଷ ପାଇଁ ଥିଲା କିନ୍ତୁ ବର୍ତ୍ତମାନ ଏହାକୁ ଜୁନ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେ ଅନେକ ଥର ଭଲ ଦଳ ଚୟନ କରିଛନ୍ତି। ତାଙ୍କ ଚୟନ ଅଧୀନରେ, ଭାରତୀୟ ଦଳ ୨୦୨୪ ଟି୨୦ ବିଶ୍ୱକପ ଏବଂ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିଥିଲା। ସମ୍ପ୍ରତି ଅଜିତ ଅଗରକର ଏସିଆ କପ ୨୦୨୫ ଚୟନ କରିଛନ୍ତି।

ଅଜିତ୍‌ ଅଗରକରଙ୍କୁ ଏବେ ଆଉ ଏକ ବଡ଼ ଦାୟିତ୍ୱ ତୁଲାଇବାକୁ ପଡିବ। ଏସିଆ କପ ୨୦୨୫ ପରେ, ଆସନ୍ତା ବର୍ଷ ଭାରତ ଏବଂ ଶ୍ରୀଲଙ୍କାରେ ଆଇସିସି ଟି୨୦ ବିଶ୍ୱକପ ୨୦୨୬ ଖେଳାଯିବ। ଟୁର୍ଣ୍ଣାମେଣ୍ଟର କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଆସିନାହିଁ କିନ୍ତୁ ସେହି ଆଇସିସି ଇଭେଣ୍ଟ ଫେବୃଆରୀ-ମାର୍ଚ୍ଚରେ ଅନୁଷ୍ଠିତ ହୋଇପାରେ। କାର୍ଯ୍ୟକାଳ ବୃଦ୍ଧି ପରେ, ଅଗରକର ସେହି ଟୁର୍ନାମେଣ୍ଟ ପାଇଁ ମଧ୍ୟ ଭାରତୀୟ ଦଳ ଚୟନ କରୁଥିବାର ଦେଖାଯାଇପାରିବ।

ଟିମ ଇଣ୍ଡିଆର ବର୍ତ୍ତମାନର ଚୟନ କମିଟିରେ ଅଗରକର, ଏସ.ଏସ. ଦାସ, ସୁବ୍ରୋତୋ ବାନାର୍ଜୀ, ଅଜୟ ରାତ୍ରା ଏବଂ ଏସ. ଶରଥ ସାମିଲ ଅଛନ୍ତି। ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ବାର୍ଷିକ ସାଧାରଣ ବୈଠକ ପରେ ଚୟନ କମିଟିରେ କିଛି ପରିବର୍ତ୍ତନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri