Posted inଖେଳ

ବ୍ରିସ୍‌ବେନ ହୋଟେଲରେ କୌଣସି ବ୍ୟବସ୍ଥା ନ ଥିବା ଟିମ୍‌ ଇଣ୍ଡିଆର ଅଭିଯୋଗ ପରେ ହସ୍ତକ୍ଷେପ କଲା ବିସିସିଆଇ

ନୂଆଦିଲ୍ଲୀ,୧୨।୧: ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ମ୍ୟାଚ୍‌ ପାଇଁ ଭାରତୀୟ ଦଳ ମଙ୍ଗଳବାର ବ୍ରିସବେନରେ ପହଞ୍ଚିଛି। ରହଣୀ ବ୍ୟବସ୍ଥା ହୋଇଥିବା ହୋଟେଲରେ ପହଞ୍ଚତ୍ବା ପରେ ଖେଳାଳିମାନଙ୍କୁ ସୂଚନା ଦିଆଯାଇଥିଲା ଯେ, ସେମାନଙ୍କୁ କୌଣସି ରୁମ୍‌ ସର୍ଭିସ ଓ ହାଉସ୍‌କିପିଂ ବ୍ୟବସ୍ଥା ମିଳିବ ନାହିଁ। ଆଉ ସେମାନେ ନିଜ ଫ୍ଲୋର ଛାଡ଼ିପାରିବେ ନାହିଁ ବୋଲି ହୋଟେଲ ପକ୍ଷରୁ ଜଣାଇ ଦିଆଯାଇଥିଲା। ଏ ନେଇ ବିସିସିଆଇ ନିକଟରେ ଅଭିଯୋଗ କରିଥିଲେ ଖେଳାଳିମାନେ।

ଏହି ଘଟଣାରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ହସ୍ତକ୍ଷେପ ପରେ ଟିମ୍‌ ଇଣ୍ଡିଆର ଖେଳାଳିଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାକୁ ଅଶ୍ୱାସନା ଦେଇଛି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)। ଭାରତୀୟ ଖେଳାଳିମାନେ ହୋଟେଲର ଲିଫ୍ଟସ ସହ ଜିମ୍‌ ବ୍ୟବହାର କରିପାରିବେ। ରୁମ ସର୍ଭିସ ଓ ହାଉସକିପିଂ ବ୍ୟବସ୍ଥା ଖେଳାଳିଙ୍କ ରୁମରେ ଉପଲବ୍ଧ ହେବ। ଏହାବାଦ୍‌ ଦଳୀୟ ଖେଳାଳିମାନଙ୍କୁ ଏକତ୍ରିତ ହୋଇ ବୈଠକ କରିବା ଲାଗି ଏକ ଟିମ୍‌ ରୁମ୍‌ ମଧ୍ୟ ଦିଆଯାଇଛି। କେବଳ ସୁଇମିଂ ପୁଲ ବ୍ୟବହାର କରିପାରିବେ ନାହିଁ ବୋଲି ବିସିସିଆଇର ଜଣେ କର୍ମକର୍ତ୍ତା ମଙ୍ଗଳବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri