Posted inଖେଳ

ଇଶାନ, ଶ୍ରେୟସଙ୍କର ଟିମ ଇଣ୍ଡିଆରେ ହେବ ନାହିଁ ପ୍ରତ୍ୟାବର୍ତ୍ତନ, ଉଭୟଙ୍କ ଉପରେ ଏହି କଠୋର ନିଷ୍ପତ୍ତି ନେଲା ବିସିସିଆଇ

ନୂଆଦିଲ୍ଲୀ,୧୩।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ଉଇକେଟ୍‌ କିପର ବ୍ୟାଟର୍‌ ଇଶାନ କିଷନ ଏହି ସିରିଜରେ ଚୟନ କରାଯାଇନାହିଁ। ଯେଉଁ କାରଣରୁ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହାପୂର୍ବରୁ ଖବର ଆସିଥିଲା ଯେ ସେ ମାନସିକ ସ୍ତରରେ ଫିଟ ନୁହଁନ୍ତି। ସେଥିପାଇଁ ସେ କ୍ରିକେଟ ଠାରୁ ଦୂରରେ ଅଛନ୍ତି, କିନ୍ତୁ ଯେତେବେଳେ ସେ ଆଇପିଏଲ ପାଇଁ ଅଭ୍ୟାସ ଆରମ୍ଭ କଲେ ସେତେବେଳେ ଏହା ସ୍ପଷ୍ଟ ହୋଇଗଲା ଯେ ସେ ବର୍ତ୍ତମାନ ଫିଟ୍‌ ଅଛନ୍ତି। ଖରାପ ଫର୍ମ ସହିତ ସଂଘର୍ଷ କରୁଥିବା ଶ୍ରେୟସ ଆୟରଙ୍କ ବିଷୟରେ ମଧ୍ୟ ଏକ ନୂତନ ଅପଡେଟ୍‌ ଆସିଛି। ଏହି ଦୁଇ ଖେଳାଳିଙ୍କ ସମ୍ପର୍କରେ ବିସିସିଆଇ କଡ଼ା ନିଷ୍ପତ୍ତି ନେଇଛି।

୧୬ ଫେବୃଆରୀରୁ ଖେଳାଯିବାକୁ ଥିବା ମ୍ୟାଚ ପୂର୍ବରୁ ଆୟର ଏବଂ ଇଶାନଙ୍କୁ ନିଜ ନିଜ ରଣଜୀ ଦଳରେ ଯୋଗଦେବାକୁ ବିସିସିଆଇ କହିଛି। ଯେତେବେଳେ ଇଶାନ ରଣଜୀ ଛାଡି ଆଇପିଏଲ ପାଇଁ ପ୍ରସ୍ତୁତି ଆରମ୍ଭ କଲେ ସେତେବେଳେ ବୋର୍ଡ ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି। ଏଥି ସହିତ, ବର୍ତ୍ତମାନ ଶ୍ରେୟସଙ୍କୁ ମଧ୍ୟ ଟେଷ୍ଟ ଦଳକୁ ଫେରିବା ପାଇଁ ରଣଜୀରେ ଭଲ ପ୍ରଦର୍ଶନ କରିବାକୁ ପଡିବ।

ସୂଚନାଯୋଗ୍ୟ ଯେ, ମାନସିକ ସ୍ବାସ୍ଥ୍ୟ ଦର୍ଶାଇ ଇଶାନ ଗତ ବର୍ଷ ଦକ୍ଷିଣ ଆଫ୍ରିକା ଗସ୍ତରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଥିଲେ। ଏହା ପରେ ସେ ଆଫଗାନିସ୍ତାନ ବିପକ୍ଷରେ ଟି -୨୦ସିରିଜ ଖେଳି ନଥିଲେ। ଏହା ପରେ ସେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ମନୋନୀତ ହୋଇ ନ ଥିଲେ। ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ କହିଛନ୍ତି ଯେ, ଇଶାନ କିଶନଙ୍କୁ ଦଳକୁ ଫେରିବା ପାଇଁ ଘରୋଇ କ୍ରିକେଟ ଖେଳିବାକୁ ପଡ଼ିବ। ତେବେ ଏହା ପରେ ମଧ୍ୟ ସେ ରଣଜୀ ଟ୍ରଫିରେ ଅଂଶଗ୍ରହଣ କରି ନ ଥିଲେ ଏବଂ ଆଇପିଏଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri