Posted inଖେଳ

କୋହଲିଙ୍କ ଉପରେ ବିସିସିଆଇ ଖପ୍ପା

ମୁମ୍ବାଇ, ୨୬ା୮: ଷ୍ଟାର ବ୍ୟାଟର ବିରାଟ କୋହଲିଙ୍କ ଇନ୍‌ଷ୍ଟାଗ୍ରାମ୍‌ ଷ୍ଟୋରିକୁ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କ୍ଷୁବ୍ଧ ହୋଇଛିି। ଘଟଣା ପରେ ଭାରତୀୟ କ୍ରିକେଟରମାନଙ୍କୁ ବାଚନିକ ଚେତାବନୀ ଦିଆଯାଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଗୁରୁବାର କୋହଲି ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଷ୍ଟୋରିରେ ସେ ତାଙ୍କ ୟୋ ୟୋ ଫିଟ୍‌ନେସ୍‌ ଟେଷ୍ଟ ସ୍କୋର ଉଲ୍ଲେଖ କରି ଦେଇଥିଲେ। ଟିମ୍‌ ମ୍ୟାନେଜମେଣ୍ଟ ଏହାକୁ ଗୁରୁତର ଭାବେ ନେବା ସହ ଭାରତୀୟ କ୍ରିକେଟରମାନଙ୍କ ଲାଗି ସାନି ଗାଇଡ୍‌ଲାଇନ୍‌ ଜାରି କରିଛି। ୟୋ ୟୋ ଟେଷ୍ଟ ସ୍କୋର ଏକ ଗୋପନୀୟ ତଥ୍ୟ ହୋଇଥିବାରୁ ଏହାକୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରକାଶ କରିବା ଏକ ବେନିୟମ କାର୍ଯ୍ୟ। ଏହାଦ୍ୱାରା ଆଚରଣବିଧିର ଉଲ୍ଲଂଘନ ହେଉଛି। ଏସିଆ କପ୍‌ ପୂର୍ବରୁ ଭାରତୀୟ କ୍ରିକେଟରମାନେ ବର୍ତ୍ତମାନ ବେଙ୍ଗାଲୁରୁସ୍ଥିତ ଅଲୁର୍‌ଠାରେ ଏକ ଫିଟ୍‌ନେସ୍‌ ଓ ପ୍ରସ୍ତୁତି କ୍ୟାମ୍ପରେ ଉପସ୍ଥିତ ଅଛନ୍ତି। ବିସିସିଆଇ ଖେଳାଳିମାନଙ୍କ ଫିଟ୍‌ନେସ ମାନଦଣ୍ଡ ୧୬.୫ ରଖିଛି। କୋହଲି ୟୋ ୟୋ ଟେଷ୍ଟରେ ୧୭.୨ ସ୍କୋର କରିଥିବାରୁ ସେ ଖୁବ୍‌ ଆନନ୍ଦିତ ବୋଲି ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଷ୍ଟୋରିରେ ଉଲ୍ଲେଖ କରିଥିଲେ। ଟ୍ରେନିଂ ବେଳେ ଖେଳାଳିମାନେ ଫଟୋ ପୋଷ୍ଟ କରିପାରନ୍ତି କିନ୍ତୁ ଗୋପନୀୟ ତଥ୍ୟକୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରିପାରିବେ ନାହିଁ। କାରଣ ଏହାଦ୍ୱାରା ଚୁକ୍ତି ସର୍ତ୍ତାବଳୀର ଖିଲାପ ହେବ ବୋଲି ବାଚନିକ ଭାବେ ସୂଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri