Posted inଖେଳ

ପନ୍ତଙ୍କୁ ନେଇ ବିସିସିଆଇ ଜାରି କଲା ବିିଜ୍ଞପ୍ତି

ମୁମ୍ବାଇ,୩୦।୧୨: ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ଦିଲ୍ଲୀରୁ ନିଜ ସହର ରୁର୍‌କି ଯାଉଥିବା ପନ୍ତଙ୍କ କାର ସକାଳ ୫.୩୦ରେ ଡିଭାଇଡରକୁ ଧକ୍କା ଦେଇଥିଲା। ପନ୍ତଙ୍କ କାର୍‌ରେ ନିଆଁ ଲାଗି ଯାଇଥିଲା। ହେଲେ ସୌଭାଗ୍ୟବଶତଃ ତାଙ୍କୁ ଉଦ୍ଧାର କରାଯାଇ ଜିଲା ଡାକ୍ତରଖାନାରେ ପହଞ୍ଚା ଯାଇଥିଲା। ପରେ ତାଙ୍କୁ ଡେରାଡୁନର ମ୍ୟାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଏଭଳି ପରିସ୍ଥିତିରେ ବିସିସିଆଇ ପକ୍ଷରୁ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଏବଂ ଆଘାତ ସମ୍ପର୍କରେ ଏକ ଅପ୍‌ଡେଟ୍‌ ଜାରି କରାଯାଇଛି।

ପନ୍ତଙ୍କ ଦୁର୍ଘଟଣା ସମ୍ପର୍କରେ ବିସିସିଆଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରି କହିଛି, ଶୁକ୍ରବାର ସକାଳେ ରୁର୍‌କିରେ ଏକ ସଡ଼କ ଦୁର୍ଘଟଣାରେ ପନ୍ତ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ତାଙ୍କୁ ସକ୍ଷମ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଏବଂ ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦୁର୍ଘଟଣା ପରେ ଆହତ ଅବସ୍ଥାରେ ତାଙ୍କୁ ଚିକିତ୍ସା କରାଯାଇଥିଲା।

ସେହିଭଳି ବିସିସିଆଇ ଆଘାତର ବିଷୟରେ ସୂଚନା ଦେଇ କହିଛି, ପନ୍ତଙ୍କ କପାଳର ଦୁଇଟି ସ୍ଥାନରେ ଆଘାତ ଲାଗିଛି। ତାଙ୍କ ଡାହାଣ ଆଣ୍ଠୁରେ ଏକ ଲିଗାମେଣ୍ଟ ଚିରି ହୋଇଯାଇଛି। ତାଙ୍କ ଡାହାଣ ହାତ ପାପୁଲି ଏବଂ ଗୋଇଠିରେ ମଧ୍ୟ ଆଘାତ ଲାଗିଛି। ସେହିଭଳି ତାଙ୍କ ପିଠିରେ ଅନେକ କ୍ଷତ ଚିହ୍ନ ମଧ୍ୟ ଅଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ଡେରାଡୁନର ମ୍ୟାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଆହତ ହେବାର ଗମ୍ଭୀରତାକୁ ଆକଳନ କରିବା ପାଇଁ ପନ୍ତଙ୍କ ଏମଆରଆଇ ପରୀକ୍ଷା କରାଯାଇଛି, ଯାହାର ରିପୋର୍ଟ ଆସିବା ପରେ ତାଙ୍କର ପରବର୍ତ୍ତୀ ଚିକିତ୍ସା ଲାଗି ନିଷ୍ପତ୍ତି ନିଆଯିବ।

ଚିକିତ୍ସା କରୁଥିବା ଡାକ୍ତରୀ ଦଳ ସହିତ ବିସିସିଆଇ ଡାକ୍ତରୀ ଦଳ ଯୋଗାଯୋଗରେ ଅଛନ୍ତି। ଏଥିସହ ତାଙ୍କ ପରିବାର ସହିତ ବିସିସିଆଇ ନିରନ୍ତର ଯୋଗାଯୋଗରେ ଅଛି। ପନ୍ତଙ୍କୁ ସର୍ବୋତ୍ତମ ସମ୍ଭାବ୍ୟ ଚିକିତ୍ସା ସେବା ମିଳିବା ନେଇ ସୁନିଶ୍ଚିତ କରୁଛି ବୋଲି ବୋର୍ଡ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri