Posted inଖେଳ

ଆଇପିଏଲ ୨୦୨୫ରେ ଲାଗୁ ହେବ ଆଇସିସିର ଏହି ନିୟମ, କାର୍ଯ୍ୟସୂଚୀକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୨: ୨୩ ମାର୍ଚ୍ଚରୁ ଆଇପିଏଲର ୧୮ତମ ସିଜିନ ଆରମ୍ଭ ହେଉଛି। ତଥାପି, ସମ୍ପୂର୍ଣ୍ଣ ସିଜିନର କାର୍ଯ୍ୟସୂଚୀ ଏ ପର୍ଯ୍ୟନ୍ତ ପ୍ରକାଶିତ ପାଇନାହିିଁ। କ୍ରିକେଟ ପ୍ରେମୀମାନେ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସିସିଆଇ ଆସନ୍ତା ସପ୍ତାହରେ ଲିଗ୍‌ର ସମ୍ପୂର୍ଣ୍ଣ ସୂଚୀ ପ୍ରକାଶ କରିପାରେ। ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବା ପୂର୍ବରୁ ଆଇପିଏଲର କାର୍ଯ୍ୟସୂଚୀ ପ୍ରକାଶ ପାଇବ। ବିଶ୍ୱାସ କରାଯାଉଛି ଯେ ଆଇପିଏଲ ୨୧ ମାର୍ଚ୍ଚରେ ଆରମ୍ଭ ହେବ ଏବଂ ଫାଇନାଲ ମ୍ୟାଚ ୨୫ ମେ’ରେ ଖେଳାଯିବ। ସେହି ସମୟରେ, ଏହି ଆଇପିଏଲ ସିଜିନରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ। ପ୍ରକୃତରେ, ଏହି ସିଜନରୁ ଆଇସିସିର ଆଚରଣ ସଂହିତା ନିୟମ ଲାଗୁ କରାଯାଇପାରେ।

ଏହି ନିୟମ ଲାଗୁ ହେବା ପରେ, ଆଇପିଏଲ ଦଳଗୁଡ଼ିକୁ ଆଇସିସିର ଆଚରଣ ସଂହିତାର ନିୟମ ପାଳନ କରିବାକୁ ପଡିବ। ଏହା ପୂର୍ବରୁ ଆଇପିଏଲର ନିଜସ୍ବ ନିୟମ ଥିଲା। ତଥାପ ଏବେ ଏହି ଟୁର୍ନାମେଣ୍ଟରେ ଆଇସିସି ନିୟମ ପାଳନ କରାଯିବ। ଏହା ବ୍ୟତୀତ ଏହି ସିଜିନରେ ଇମ୍ପାକ୍ଟ ପ୍ଲେୟାର ନିୟମ ଜାରି ରହିବ। ପ୍ରକୃତରେ ଗତ ସିଜିନରେ ଇମ୍ପାକ୍ଟ ପ୍ଲେୟାର ନିୟମ ଉପରେ ବହୁତ ହଙ୍ଗାମା ହୋଇଥିଲା। ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଭଳି ବଡ଼ ଖେଳାଳିମାନେ ଇମ୍ପାକ୍ଟ ପ୍ଲେୟାର ନିୟମ ବିରୋଧରେ ସେମାନଙ୍କର ପ୍ରତିକ୍ରିୟା ଦେଇଥିଲେ। ତଥାପି ଆଇପିଏଲର ୧୮ତମ ସିଜିନରେ ଇମ୍ପାକ୍ଟ ପ୍ଲେୟାର ନିୟମ ବଜାୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?