Posted inଖେଳ

ଅଷ୍ଟ୍ରେଲିଆ ଖେଳାଳିଙ୍କ କ୍ୱାରେଣ୍ଟିନ ଖର୍ଚ୍ଚ ବହନ କରୁଛି ବିସିସିଆଇ

ସିଡ୍‌ନୀ, ୧୮।୫ : ଆଇପିଏଲରେ ଭାଗ ନେଇଥିବା ଅଷ୍ଟ୍ରେଲିଆନ ଖେଳାଳି ସ୍ବଦେଶ ପହଞ୍ଚିବା ପରେ ୧୪ ଦିନିଆ କ୍ୱାରେଣ୍ଟିନରେ ରହିଛନ୍ତି। ଏଥି ଲାଗି ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରୁଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଏହା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି କ୍ରିକେଟ ଅଷ୍ଟ୍ରେଲିଆ ଆନ୍ତରିଣ ସିଇଓ ନିକ ହକଲେ।

ଷ୍ଟିଭ ସ୍ମିଥ, ପାଟ କୁମିନ୍ସଙ୍କ ଭଳି ଷ୍ଟାର ଖେଳାଳି, ଭାଷ୍ୟକାର ଓ ମ୍ୟାଚ୍‌ ଅଫିସିଆଲଙ୍କ ସମେତ ମୋଟ ୩୮ ଜଣ ମାଳଦ୍ୱୀପରୁ ସୋମବାର ସିଡ୍‌ନୀ ବିମାନ ବନ୍ଦରରେ ପହଞ୍ଚିଥିଲେ। ଭାରତୀୟ ବିମାନ ସେବା ଉପରେ ଅଷ୍ଟ୍ରେଲିଆ ସରକାରଙ୍କ କଟକଣା ଯୋଗୁ ଖେଳାଳିଙ୍କୁ ମାଳଦ୍ୱୀପରେ ୧୦ ଦିନ ରହିବାକୁ ପଡ଼ିଥିଲା।

ସିଡ୍‌ନୀ ମର୍ନିଂ ହେରାଲ୍ଡକୁ ହକଲେ କହିଛନ୍ତି, ବିସିସିଆଇ ତା’ର ପ୍ରତିଶ୍ରୁତି ରକ୍ଷା କରିବା ସହ କ୍ୱାରେଣ୍ଟିନ ଲାଗି ସମସ୍ତ ଖର୍ଚ୍ଚ ବହନ କରୁଛି। ଖେଳାଳିଙ୍କୁ ସୁରକ୍ଷିତ ଭାବେ ଯଥା ଶୀଘ୍ର ଘରେ ପହଞ୍ଚାଇବାକୁ ଆଶ୍ୱସନା ଦେଇଥିଲା ସୌରଭ ଗାଙ୍ଗୁଲିଙ୍କ ନେତୃତ୍ୱାଧୀନ ବୋର୍ଡ। ଆମେ ତାଙ୍କ ସହ କାର୍ଯ୍ୟ କରୁଛୁ। ସେମାନେ ପ୍ରତିଶ୍ରୁତି ରକ୍ଷା କରିଛନ୍ତି।

ଉଲ୍ଲେଖଯୋଗ୍ୟ, ବିଭିନ୍ନ ଫ୍ରାଞ୍ଚାଇଜର ୪ ଖେଳାଳି ପଜିଟିଭ ଚିହ୍ନଟ ହେବା ପରେ ଆଇପିଏଲ-୧୪କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରିଦିଆଯାଇଛି। କିନ୍ତୁ ଭାରତୀୟ ବିମାନ ସେବା ଉପରେ କଟକଣା ଯୋଗୁ ଅଷ୍ଟ୍ରେଲିଆନ ଖେଳାଳିମାନେ ତୁରନ୍ତ ସ୍ବଦେଶ ଫେରି ପାରି ନ ଥିଲେ। ଏଣୁ ସେମାନଙ୍କୁ ସ୍ବତନ୍ତ୍ର ଫାଇଟ୍‌ରେ ମାଳଦ୍ୱୀପ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri