Posted inଖେଳ

ଅଟ୍ଟାରୀ ୱାଘା ସୀମାରେ ପହଞ୍ଚିଲେ ରୋଜର ବିନ୍ନି, ରାଜୀବ ଶୁକ୍ଲା, ଲାହୋରରେ ଦେଖିବେ ଆଫଗାନିସ୍ତାନ-ଶ୍ରୀଲଙ୍କା ମ୍ୟାଚ

ନୂଆଦିଲ୍ଲୀ,୪।୯: ବିସିସିଆଇର ଅଧ୍ୟକ୍ଷ ରୋଜର ବିନ୍ନି ଏବଂ ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଆଜିଠୁ ଦୁଇ ଦିବସୀୟ ପାକିସ୍ତାନ ଗସ୍ତରେ ଯାଇଛନ୍ତି। ଉଭୟ ଅମୃତସରରେ ପହଞ୍ଚିବା ପରେ ଅଟ୍ଟାରୀ ୱାଘା ସୀମା ଦେଇ ପାକିସ୍ତାନ ଯାଇଛନ୍ତି। ୫ ସେପ୍ଟେମ୍ବରରେ ଲାହୋରର ଗଦ୍ଧାଫି ଷ୍ଟାଡିୟମରେ ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଏସିଆ କପର ଷଷ୍ଠ ମ୍ୟାଚ ଖେଳାଯିବ। ଏହି ମ୍ୟାଚ ସମୟରେ ଷ୍ଟାଡିୟମରେ ଉଭୟ ବିସିସିଆଇ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷ ଉପସ୍ଥିତ ରହିବେ।

୨୦୦୮ ପରେ ପ୍ରଥମ ଥର ବିସିସିଆଇର ଜଣେ ଅଧିକାରୀ ପାକିସ୍ତାନ ଗସ୍ତ କରିଛନ୍ତି। ଏସିଆ କପ ପାଇଁ ନିମନ୍ତ୍ରଣ ପାକିସ୍ତାନ କ୍ରିକେଟ ବୋର୍ଡ ପକ୍ଷରୁ ବିସିସିଆଇ ଅଧିକାରୀଙ୍କ ନିକଟକୁ ପଠାଯାଇଛି। ପିସିବି ଲାହୋରରେ ଏକ ସରକାରୀ ରାତ୍ରୀ ଭୋଜନ ଆୟୋଜନ କରିଛି, ଯେଉଁଥିରେ ଉଭୟ ବିସିସିଆଇ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷ ଯୋଗଦେବେ।

ପାକିସ୍ତାନ ଯିବା ପୂର୍ବରୁ ରାଜୀବ ଶୁକ୍ଲା ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ କହିଥିଲେ ଯେ, ତାଙ୍କର ଏହି ଗସ୍ତ କ୍ରିକେଟ ବିଷୟରେ ଏବଂ ଏଥିରେ କୌଣସି ପ୍ରକାରର ରାଜନୈତିକ ଆଲୋଚନା ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri