Posted inଖେଳ

ଆଇପିଏଲ୍‌କୁ ନେଇ ବଡ଼ ଖୁଲାସା କଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩।୨: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୫ତମ ସିଜନକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ଆଇପିଏଲ ୨୦୨୨ର ଲିଗ ମ୍ୟାଚ କେବଳ ମହାରାଷ୍ଟ୍ରରେ ଖେଳାଯିବ ନକ୍‌ଆଉଟ୍‌ ମୁକାବିଲା ପାଇଁ ଏବେ ବିଚାର ଜାରି ରହିଥିବା ସେ ସୂଚନା ଦେଇଛନ୍ତି।
ଗାଙ୍ଗୁଲି ଏକ ସାକ୍ଷାତକାରରେ କହିଛନ୍ତି, ଚଳିତ ବର୍ଷ ଆଇପିଏଲ୍‌ କେବଳ ଭାରତରେ ଆୟୋଜିତ ହେବ, ଯଦି କରୋନା ମାମଲା ଅଧିକ ନ ହୁଏ ତେବେ ଦେଶରେ ଆଇପିଏଲ ଆୟୋଜନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ମହାରାଷ୍ଟ୍ରରେ ଆଇପିଏଲ ୨୦୨୨ର ଲିଗ ମ୍ୟାଚ ଖେଳାଯିବ। ଏହି ସମସ୍ତ ମ୍ୟାଚ ମୁମ୍ବାଇ, ନଭି ମୁମ୍ବାଇ ଏବଂ ପୁଣେରେ ଅନୁଷ୍ଠିତ ହେବ। ପ୍ଲେ ଅଫ ମ୍ୟାଚ ପାଇଁ ସହର ଏବଂ ଷ୍ଟାଡିୟମ ପରେ ନିଷ୍ପତ୍ତି ନିଆଯିବ। ଏହି ଦୌଡ଼ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri