Posted inଖେଳ

ସ୍ପଷ୍ଟ କଲା ବିସିସିଆଇ: ବଦଳିବ ନାହିଁ ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ 

ନୂଆଦିଲ୍ଲୀ,୨୨।୮: ଆଇସିସି ପୁରୁଷ ଦିନିକିଆ ବିଶ୍ୱକପ୍‌ ୨୦୨୩ର କାର୍ଯ୍ୟସୂଚୀରେ କୌଣସି ପରିବର୍ତ୍ତନ ହେବ ନାହିଁ। ବିସିସିଆଇ  ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ(ଏଚ୍‌ସିଏ)ର ଅନୁରୋଧକୁ ଆଧିକାରିକ ଭାବେ ଖାରଜ କରିବା ପରେ ଏନେଇ ସ୍ପଷ୍ଟ କରିଛି। ତେବେ ଏଚ୍‌ସିଏ ଅକ୍ଟୋବର ୫ରୁ ଆରମ୍ଭ ହେଉଥିବା ବିଶ୍ୱକପ୍‌ ସମୟରେ ଲଗାତାର ଦୁଇ ଦିନ ମ୍ୟାଚ୍‌ର ଆୟୋଜନ ଏବଂ ଖେଳାଳିଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିଥିଲା। ଏହାକୁ ଦେଇ ମ୍ୟାଚ୍‌ରେ ପରିବର୍ତ୍ତନ ନେଇ ବୋର୍ଡକୁ ଅନୁରୋଧ କରିଥିଲା।
ସୂଚନାଯୋଗ୍ୟ, ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅକ୍ଟୋବର ୯ରେ ନ୍ୟୁଜିଲାଣ୍ଡ ବନାମ ନେଦରଲ୍ୟାଣ୍ଡ ମଧ୍ୟରେ ମୁକାବିଲା ହେବ। ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ ୩ ମ୍ୟାଚ୍‌ ଆୟୋଜନ କରିବ। ହେଲେ ସୁରକ୍ଷା ସମ୍ବନ୍ଧୀତ ଅସୁବିଧାର ସମ୍ମୁଖୀନ ହେବା ଆଶଙ୍କାରେ ଅକ୍ଟୋବର ୧୨ରେ ହେବାକୁ ଥିବା ପାକିସ୍ତାନ-ଶ୍ରୀଲଙ୍କା ମ୍ୟାଚ୍‌କୁ ଆଗକୁ ବଢ଼ାଇ ଅକ୍ଟୋବର ୧୦ରେ କରାଯାଇଛି। ହେଲେ ଆସୋସିଏଶନ ଦୁଇ ମ୍ୟାଚ୍‌ ମଧ୍ୟରେ ଅଧିକ ଦିନ ସୁନିଶ୍ଚିତ କରିବା ଲାଗି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଲାଗି ଆଧିକାରିକ ଅନୁରୋଧ କରିଥିଲା। ପଛକୁ ପଛ ମ୍ୟାଚ୍‌ ଥିବାରୁ ପାକିସ୍ତାନ ଟିମ୍‌କୁ ସୁରକ୍ଷା ପ୍ରଦାନ କରିବା ସହଜ ନୁହେଁ। କାରଣ ଷ୍ଟାଡିୟମ ସହ ଦଳ ରହୁଥିବା ହୋଟେଲରେ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରିବାର ଆବଶ୍ୟକତା ରହିଛି ବୋଲି ଆସୋସିଏଶନ ଦର୍ଶାଇଥିଲା।
ପୂର୍ବରୁ ବିସିସିଆଇ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରି ସମାଲୋଚିତ ହୋଇଥିଲା। ଏମିତିରେ ଏଚ୍‌ସିଏର ଏଭଳି ଅନୁରୋଧ ଉପରେ ବିସିସିଆଇ କିଭଳି ପଦକ୍ଷେପ ନେଉଛି ତା ଉପରେ ସମସ୍ତଙ୍କ ନଜର ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri