Posted inଖେଳ

ପାକିସ୍ତାନ ଦାବିକଲା ହାଇବ୍ରିଡ୍ ମଡେଲ: ଭାରତ ଦେଲା କଡ଼ା ଜବାବ

ନୂଆଦିଲ୍ଲୀ,୪।୧୨: ଚାମ୍ପିୟନ୍ସ ଟ୍ରଫିକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଏବଂ ବିସିସିଆଇ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ହେବାର ସମ୍ଭାବନା ବାଟ ଫିଟୁନାହିଁ। ହାଇବ୍ରିଡ୍ ମଡେଲ ଗ୍ରହଣ କରିବାକୁ ପାକିସ୍ତାନ ରାଜି ହେବା ପରେ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବାର ସମ୍ଭାବନା ଦେଖା ଦେଇଥିଲା।

ତେବେ ଭାରତର ସମସ୍ତ ମ୍ୟାଚ ଦୁବାଇରେ ଅନୁଷ୍ଠିତ ହେବା ସହିତ ପାକିସ୍ତାନ ଆଉ କିଛି ସର୍ତ୍ତ ରଖିଥିଲା। ବର୍ତମାନ ଆସିଥିବା ରିପୋର୍ଟରୁ ଏହା ଜଣା ପଡିଛି ଯେ, ବିସିସିଆଇ ପାକିସ୍ତାନର ଏହି ପ୍ରସ୍ତାବକୁ ପ୍ରତ୍ୟାଖାନ କରିଛି। ଯେଉଁଥିରେ ପାକିସ୍ତାନ ଦାବି କରୁଥିଲା କି ଭାରତରେ ହେବାକୁ ଥିବା ଆଇସିସି ଟୁର୍ଣ୍ଣାମେଣ୍ଟ ମଧ୍ୟ ହାଇବ୍ରିଡ୍ ମଡେଲରେ ହେବ।

ଆଗାମୀ ଆଇସିସି ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନ ଆୟୋଜନ କରୁଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବିସିସିଆଇ ଏହାର ଟିମକୁ ପଠାଇବାକୁ ମନା କରିଦେଇଛି। ଦି ଟେଲିଗ୍ରାଫ୍ ଇଣ୍ଡିଆର ଏକ ରିପୋର୍ଟ ଅନୁଯାୟୀ, ବିସିସିଆଇ ପଶିବିର ସର୍ତ୍ତକୁ ପ୍ରତ୍ୟାଖାନ କରି କହିଛି ଯେ ଦେଶରେ ‘ସୁରକ୍ଷା ବିପଦ’ ନ ଥିବାରୁ ଭାରତରେ ଆୟୋଜିତ ହେଉଥିବା ଆଇସିସି ଇଭେଣ୍ଟ ପାଇଁ ହାଇବ୍ରିଡ୍ ମଡେଲ୍ ଗ୍ରହଣ କରାଯାଇପାରିବ ନାହିଁ। ରିପୋର୍ଟ ଅନୁଯାୟୀ ବିସିସିଆଇ ମଙ୍ଗଳବାର ଆଇସିସିକୁ ଏକ ସ୍ପଷ୍ଟ ବାର୍ତ୍ତା ପଠାଇଛି ଯାହା ଟୁର୍ଣ୍ଣାମେଣ୍ଟର ଭବିଷ୍ୟତ ନିର୍ଦ୍ଧାରଣ କରିପାରେ।

କାରଣ ଆସନ୍ତା ଦଶନ୍ଧିରେ ଶ୍ରୀଲଙ୍କା ସହ ମିଳିତ ଭାବେ ମହିଳା ଦିନିକିଆ ବିଶ୍ୱକପ ୨୦୨୫ ଏବଂ ଟି -୨୦ ବିଶ୍ୱକପ ସମେତ ଭାରତ ଆସନ୍ତା ଦଶନ୍ଧିରେ ଏକାଧିକ ଆଇସିସି ଇଭେଣ୍ଟ ଆୟୋଜନ କରିବାର କାର୍ୟ୍ୟକ୍ରମ ରହିଛି। ୨୦୨୯ ଚାମ୍ପିଅନ୍ସ ଟ୍ରଫି ଏବଂ ୨୦୩୧ ଦିନିକିଆ ବିଶ୍ୱକପ ମଧ୍ୟ ଭାରତରେ ଅନୁଷ୍ଠିତ ହେବାର କାର୍ୟ୍ୟକ୍ରମ ରହିଛି।

ତେବେ ଏହି ଘଟଣାରେ ଆଇସିସି କହିଛି ଯେ, ସମସ୍ତ ସମ୍ପୃକ୍ତ ପକ୍ଷ ଉପୁଜିଥିବା ସଙ୍କଟ ଦୂର କରିବା ପାଇଁ ଏକ ସମାଧାନ ଦିଗରେ କାର୍ଯ୍ୟ କରୁଛନ୍ତି ଏବଂ ଆସନ୍ତା କିଛି ଦିନ ମଧ୍ୟରେ ଆଇସିସି ବୋର୍ଡ ପୁନର୍ଗଠନ ହେବ ବୋଲି ରିପୋର୍ଟରେ ଦର୍ଶାଯାଇଛି।

ଅନ୍ୟପଟେ ପାକିସ୍ତାନ କ୍ରିକେଟ୍ ବୋର୍ଡ ମଧ୍ୟ ଆସନ୍ତା ବର୍ଷ ଚାମ୍ପିଅନ୍ସ ଟ୍ରଫି ପାଇଁ ଆୟୋଜନ ଅଧିକାର ହରାଇପାରେ ଯଦି ଏହି ପ୍ରସଙ୍ଗରେ ଜିଦ୍‌ ଜାରି ରଖେ। ପୂର୍ବରୁ ଆଇସିସି ଟୁର୍ଣ୍ଣାମେଣ୍ଟକୁ ଅନ୍ୟ ଦେଶକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଲେ ବୋର୍ଡ ପୂର୍ବରୁ ଚାମ୍ପିଅନ୍ସ ଟ୍ରଫିରୁ ଓହରିଯିବାକୁ ଧମକ ଦେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri