Posted inଖେଳ

ବିସିସିଆଇ ସଚିବ କଲେ ବଡ଼ ଘୋଷଣା: ଏହି ୪ ଖେଳାଳିଙ୍କୁ ଦେଲେ ଟି-୨୦ ବିଶ୍ୱକପ୍‌ ଜିତିବାର ଶ୍ରେୟ

ନୂଆଦିଲ୍ଲୀ,୭ା୭: ନିକଟରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ ଜିତିଥିଲା। ଏଥିସହ ବର୍ତ୍ତମାନ ବିସିସିଆଇ ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ଜୟ ଶାହା ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡ, ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି ଏବଂ ରବୀନ୍ଦ୍ର ଜାଡେଜାଙ୍କୁ ଟି-୨୦ ବିଶ୍ୱକପ୍‌ ଜିତିବାର ଶ୍ରେୟ ଦେଇଛନ୍ତି।

ଏଥିସହ ବିସିସିଆଇ ସଚିବ ଜୟ ଶାହା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫି ବିଷୟରେ ବଡ଼ ସୂଚନା ଦେଇଛନ୍ତି। ଜୟ କହିଛନ୍ତି ଯେ, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫିରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ।

କହି ରଖୁଛୁ ଯେ, ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଟି-୨୦ ବିଶ୍ୱକପ୍‌ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୭ ରନ୍‌ ପରାସ୍ତ କରିଛି। ଭାରତୀୟ ଦଳ ଦ୍ୱିତୀୟ ଥର ପାଇଁ ଟି -୨୦ ବିଶ୍ୱକପ୍‌ ଚାମ୍ପିୟନ ହୋଇଛି। ଏହାପୂର୍ବରୁ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଭାରତ ଟି-୨୦ ବିଶ୍ୱକପ୍‌ ୨୦୦୭ ଜିତିଥିଲା। କିନ୍ତୁ ଏହା ପରେ ପ୍ରାୟ ୧୭ ବର୍ଷ ବିତିଗଲା, କିନ୍ତୁ କୌଣସି ସଫଳତା ମିଳିଲା ନାହିଁ। ତେବେ ବର୍ତ୍ତମାନ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ୧୭ ବର୍ଷ ପରେ ବିଶ୍ୱବିଜୟୀ ହୋଇଛି।

ଏହି ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୧୩ ଜିତିଥିଲା। ଯଦିଓ ଭାରତୀୟ ଦଳ କ୍ରମାଗତ ଭାବେ ଆଇସିସି ଟୁର୍ନାମେଣ୍ଟର ନକ୍‌ଆଉଟ ରାଉଣ୍ଡରେ ପହଞ୍ଚିଥିଲେ ମଧ୍ୟ ଟ୍ରଫି ଜିତିବାରେ ଏହା ସଫଳ ହୋଇପାରିଲା ନାହିଁ।

ସୂଚନାଯୋଗ୍ୟ, ଆମେରିକା ଏବଂ ଓ୍ବେଷ୍ଟ୍‌ଇଣ୍ଡିଜ ମାଟିରେ ଟି-୨୦ ବିଶ୍ୱକପ୍‌ ୨୦୨୪ ଖେଳାଯାଇଥିଲା। ଭାରତୀୟ ଦଳ ଆୟର୍ଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ କରିଥିଲା। ଯେଉଁଠାରେ ଟାଇଟଲ୍‌ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ପରାସ୍ତ ହୋଇଥିଲା। ଏହି ଟୁର୍ନାମେଣ୍ଟରେ ଭାରତ ଏହାର ୮ଟି ମ୍ୟାଚ୍‌ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?