Posted inଖେଳ

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ, ୩୫ ବର୍ଷୀୟ ସାମି ପୁଣିଥରେ ଚୟନକର୍ତ୍ତାଙ୍କ ପ୍ରାଥମିକତା ତାଲିକାକୁ ଫେରିଛନ୍ତି। ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ତାଙ୍କର ଦଳକୁ ପ୍ରତ୍ୟାବର୍ତ୍ତନ ଏବେ ଏକ ବଡ଼ ସମ୍ଭାବନା ଭାବେ ଉଭା ହୋଇଛି।

ବିସିସିଆଇ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସାମିଙ୍କ ଘରୋଇ କ୍ରିକେଟ୍‌ ପ୍ରଦର୍ଶନ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ସବିଶେଷ ତଥ୍ୟ ଅନୁଯାୟୀ, ବିଜୟ ହଜାରେ ଓ ସୟଦ ମୁସ୍ତାକ ଅଲି ଟ୍ରଫିରେ ୬ଟି ମ୍ୟାଚରେ ସେ ୧୭ଟି ୱିକେଟ୍ ନେଇଛନ୍ତି। ଚଳିତ ସିଜିନ୍‌ରେ ମାତ୍ର ୪ଟି ମ୍ୟାଚ୍‌ ଖେଳି ସେ ୨୦ଟି ୱିକେଟ୍ ହାସଲ କରି ନିଜର ଧାର ବଜାୟ ରଖିଛନ୍ତି।

୨୦୨୫ ମାର୍ଚ୍ଚରେ ଚାମ୍ପିଅନ୍ସ ଟ୍ରଫି ପରଠାରୁ ସାମି ଭାରତ ପାଇଁ କୌଣସି ଆନ୍ତର୍ଜାତୀୟ ମ୍ୟାଚ୍ ଖେଳିନାହାନ୍ତି। ତେବେ ଆଗାମୀ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରେ ତାଙ୍କୁ ଦଳରେ ସାମିଲ କରାଯାଇପାରେ। ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକର ପୂର୍ବରୁ ସୂଚନା ଦେଇଥିଲେ ଯେ, ଯଦି ସାମି ସମ୍ପୂର୍ଣ୍ଣ ଫିଟ୍ ରୁହନ୍ତି, ତେବେ ତାଙ୍କ ଭଳି ଜଣେ ଅଭିଜ୍ଞ ୱିକେଟ୍-ଟେକର ବୋଲରଙ୍କୁ ଦଳ ବାହାରେ ରଖିବାର କୌଣସି କାରଣ ନାହିଁ।

୨୦୨୩ ବିଶ୍ୱକପ୍ ପରଠାରୁ ସାମି ଆଣ୍ଠୁ ଏବଂ ଗୋଡ଼ର ଆଘାତ ସହ ସଂଘର୍ଷ କରି ଆସୁଛନ୍ତି। ଅସ୍ତ୍ରୋପଚାର ଏବଂ ଦୀର୍ଘ ଦିନର ରିହାବିଲିଟେସନ୍ ପରେ ସେ ଏବେ ପଡ଼ିଆକୁ ଫେରିଛନ୍ତି। ଯଦିଓ ସେ ନିଜକୁ ଫିଟ୍ ବୋଲି ଦାବି କରୁଛନ୍ତି, ଚୟନକର୍ତ୍ତାମାନେ ତାଙ୍କର କାର୍ଯ୍ୟଭାର ଏବଂ ଫିଟ୍‌ନେସ୍‌କୁ ନେଇ ସତର୍କ ଅଛନ୍ତି। “ମହମ୍ମଦ ସାମିଙ୍କ ନାମ ନିୟମିତ ଭାବେ ଆଲୋଚନା ହେଉଛି। ତାଙ୍କ ଭଳି ଦକ୍ଷ ବୋଲର ଯେକୌଣସି ସମୟରେ ୱିକେଟ୍ ନେଇପାରିବେ। ୨୦୨୭ ବିଶ୍ୱକପ୍ ପାଇଁ ସେ ଏକ ବିକଳ୍ପ ହୋଇପାରନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri