Posted inଖେଳ

ହାର୍ଦ୍ଦିକଙ୍କ ସହ ଈଶାନଙ୍କ ପ୍ରଶିକ୍ଷଣରେ ବିସିସିଆଇ ଅସନ୍ତୁଷ୍ଟ, ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ନୂଆଦିଲ୍ଲୀ,୨।୩: ନିକଟରେ ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାଣ୍ଟ ଘୋଷଣା କରାଯାଇଥିଲା। ଏହି ସେଣ୍ଟ୍ରାଲ କଣ୍ଟ୍ରାଣ୍ଟରେ ଈଶାନ କିଷନ ଏବଂ ଶ୍ରେୟସ ଆୟରଙ୍କୁ ଅନ୍ତର୍ଭୁକ୍ତ କରାଯାଇ ନାହିଁ । ଏହାପୂର୍ବରୁ ଈଶାନ ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାଣ୍ଟ ୨୦୨୨-୨୩ରେ ଗ୍ରେଡ ବିର ଅଂଶ ଥିଲେ । ଯେତେବେଳେ ମଧ୍ୟମ ଅର୍ଡର ବ୍ୟାଟର୍‌ ଶ୍ରେୟସ ଆୟର ଗ୍ରେଡ ବିରେ ଥିଲେ। ଏହିପରି ଭାବରେ ଶ୍ରେୟସ ଆୟର ବାର୍ଷିକ ଶୁଳ୍କ ଭାବରେ ୩ କୋଟି ଟଙ୍କା ନେଉଥିବାବେଳେ ଈଶାନ ବିସିସିଆଇରୁ ବାର୍ଷିକ ।କୋଟି ଟଙ୍କା ପାଉଥିଲେ। କିନ୍ତୁ ବର୍ତ୍ତମାନ ଉଭୟ ଖେଳାଳି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାଣ୍ଟର ଅଂଶ ନୁହଁନ୍ତି, ଅର୍ଥାତ୍‌ ଉଭୟଙ୍କୁ ବିସିସିଆଇରୁ ବାର୍ଷିକ ଟଙ୍କା ମିଳିବ ନାହିଁ।

ତେବେ ସୋସିଆଲ ମିଡିଆରେ ଏକ ଭିଡିଓ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ଏହି ଭାଇରାଲ ଭିଡିଓରେ ଈଶାନ କିଷନ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟ୍ରେନିଂ କରୁଥିବା ଦେଖିବାକୁ ମିଳିଛି। କିନ୍ତୁ ବିସିସିଆଇ ଏଥିରେ ଖୁସି ନୁହେଁ। ବିସିସିଆଇ ଚୟନକର୍ତ୍ତାମାନେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଈଶାନ କିଷନ ସହ ପ୍ରଶିକ୍ଷଣରେ ଅସନ୍ତୁଷ୍ଟ ଅଛନ୍ତି। ବାସ୍ତବରେ, ହାର୍ଦ୍ଦିକ ପାଣ୍ଡ୍ୟା ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାଣ୍ଟର ଏକ ଅଂଶ, କିନ୍ତୁ ଈଶାନ କିଷନ କେନ୍ଦ୍ରୀୟ ଚୁକ୍ତିନାମା ପାଇ ନାହାଁନ୍ତି। ଏଭଳି ପରିସ୍ଥିତିରେ ଚୟନକର୍ତ୍ତାମାନେ ହାର୍ଦ୍ଦିକ ଏବଂ ଈଶାନ ପ୍ରଶିକ୍ଷଣକୁ ନେଇ ଅସନ୍ତୁଷ୍ଟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri