Posted inଖେଳ

ବିସିସିଆଇର ବଡ଼ ଘୋଷଣା: ଭାରତରେ ହେବ ନାହିଁ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୬: ବିସିସିଆଇ ସୋମବାର ଏକ ବଡ ଘୋଷଣା କରିଛି। ଭାରତରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌କୁ ୟୁଏଇ ସ୍ଥାନାନ୍ତର କରାଯାଇଛି। ଦେଶରେ କରୋନା ପରିସ୍ଥିତି ଜାରି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିସିସିଆଇ ଆଇସିସିକୁ ସୂଚନା ଦିଆଯାଇଥିବା ବିସିସିଆଇ ସଚିବ ଜୟ ଶାହା କହିଛନ୍ତି। ଆସନ୍ତା ଅକ୍ଟୋବର-ନଭେମ୍ବରରେ ଟି-୨୦ ବିଶ୍ୱକପ୍‌ ଆୟୋଜନ ହେବ। ପୂର୍ବରୁ ମଧ୍ୟରେ ଭାରତରେ ଟି-୨୦ ବିଶ୍ୱକପ୍‌ ଆୟୋଜନ ନେଇ ସନ୍ଦେହ ରହିଥିଲା। ବିଶ୍ୱକପ୍‌ ପୂର୍ବରୁ ଆଇପିଏଲ୍‌ର ବାକି ୩୧ ମ୍ୟାଚ୍‌ ୟୁଏଇରେ ହେବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା।
ସୂଚନାଯୋଗ୍ୟ, ଟି-୨୦ ବିଶ୍ୱକପ୍‌ ଖେଳିବା ପାଇଁ ୧୬ଟି ଦଳକୁ ସୁଯୋଗ ଦିଆଯାଇଛି। ମୋଟ ୪୫ଟି ମ୍ୟାଚ ହେବ । ପ୍ରଥମ ରାଉଣ୍ଡ ୮ଟି ଦଳ ମଧ୍ୟରେ ହେବ। ଦୁଇଟି ଦଳରେ ୪-୪ ଟିମ ରହିବେ। ମୋଟ ୧୨ଟି ମ୍ୟାଚ ହେବ। ଉଭୟ ଦଳର ଶୀର୍ଷ ଦଳ ସୁପର -୧୨ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଏଠାରେ୧୨ଟି ଦଳକୁ ଦୁଇଟି ଦଳରେ ବିଭକ୍ତ କରାଯିବ। ମୋଟ ୩୦ଟି ମ୍ୟାଚ ହେବ। ଏହା ପରେ ଦୁଇଟି ସେମିଫାଇନାଲ ଏବଂ ଏକ ଫାଇନାଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri