Posted inଖେଳ

୨୯ରେ ବିସିସିଆଇ ଏସ୍‌ଜିଏମ୍‌

ନୂଆଦିଲ୍ଲୀ,୨୦।୫(ପି.ଟି.): ମେ’ ୨୯ ତାରିଖରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ସ୍ବତନ୍ତ୍ର ସାଧାରଣ ବୈଠକ (ଏଜିଏମ୍‌) ବସିବ। ଦେଶରେ ଅକ୍ଟୋବର ଓ ନଭେମ୍ବରରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ ସହ ଏଥିରେ ଆଗାମୀ କ୍ରିକେଟ ସେସନ୍‌ ନେଇ ସବିଶେଷ ଆଲୋଚନା କରାଯିବ। କୋଭିଡ୍‌-୧୯ ମହମାରୀକୁ ଦୃଷ୍ଟିରେ ରଖି ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି। ଏ ନେଇ ବିସିସିଆଇ ସମ୍ପାଦକ ଜୟ ଶାହା ନୋଟିସ ଜାରି କରିଛନ୍ତି।
ଭାରତରେ କୋଭିଡ୍‌-୧୯ର ଦ୍ୱିତୀୟ ଲହର ପ୍ରାଦୁର୍ଭାବ ଜାରି ରହିଥିବା ବେଳେ ଟି୨୦ ବିଶ୍ୱକପ ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଜୁନ୍‌ ୧ରେ ଆଇସିସି ବୈଠକ ବସିବା ପୂର୍ବରୁ ବୋର୍ଡର ଏସ୍‌ଜିଏମ୍‌ ଆୟୋଜନ ନେଇ ନିଷ୍ପତ୍ତି ନିଆଯାଇଛି। ଆଇସିସି ବୈଠକରେ ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ଆଲୋଚନା ହେବ ଓ ଏ ନେଇ ନିଷ୍ପତ୍ତି ନିଆଯିବ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଭାରତରେ ଏହି ମେଗା ଇଭେଣ୍ଟ ଆୟୋଜନ ହେବ କି ନା ସେ ନେଇ ଆଇସିସି ନିଷ୍ପତ୍ତି ନେବ। କରୋନା ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ଅଧାରୁ ସସ୍‌ପେଣ୍ଡ କରାଯାଇଛି। ଏପରିସ୍ଥଳେ ଟି୨୦ ବିଶ୍ୱକପ୍‌ ପାଇଁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)କୁ ବିକଳ୍ପ ଭେନ୍ୟୁ ଭାବେ ବିଚାର କରାଯାଉଛି। ବିସିସିଆଇ ଗତମାସ ଟି୨୦ ବିଶ୍ୱକପ୍‌ ପାଇଁ ୯ଟି ଭେନ୍ୟୁର ସଂକ୍ଷିପ୍ତ ତାଲିକା ଜାରି କରିଥିଲା। ଏହି ତାଲିକାରେ ଅହମ୍ମଦାବାଦ, ବେଙ୍ଗାଲୁରୁ, ଚେନ୍ନାଇ, ଦିଲ୍ଲୀ, ଧର୍ମଶାଳା, ହାଇଦ୍ରାବାଦ, କୋଲକାତା, ଲକ୍ଷ୍ନୌ ଓ ମୁମ୍ବାଇ ସାମିଲ ରହିଛି। ବୋର୍ଡ ଏସ୍‌ଜିଏମ୍‌ରେ ମଧ୍ୟ ଘରୋଇ କ୍ରିକେଟ ନେଇ ସବିଶେଷ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri