Posted inଖେଳ

ଛୋଟ କ୍ୱାରେଣ୍ଟିନ ପାଇଁ ଆଲୋଚନା କରୁଛି ବିସିସିଆଇ

ନୂଆଦିଲ୍ଲୀ,୧୯।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁରୁଷ ଓ ମହିଳା ଦଳର ଖେଳାଳିଙ୍କୁ ମୁମ୍ବାଇରେ ଏକତ୍ରିତ କରିବା ପାଇଁ ୩ଟି ସହରରେ ଚାଟାର୍ଡ ଫ୍ଲାଇଟ୍‌ ବ୍ୟବସ୍ଥା କରିଛି। ଉଭୟ ପୁରୁଷ ଓ ମହିଳା ଦଳର ଖେଳାଳିମାନେ ଜୁନ ୨ରେ ଗୋଟିଏ ଫ୍ଲାଇଟ୍‌ରେ ଇଂଲଣ୍ଡ ଗସ୍ତ କରିବେ। ଏଥି ପୂର୍ବରୁ ସେମାନେ ମୁମ୍ବାଇରେ ଦୁଇ ସପ୍ତାହ ପାଇଁ କ୍ୱାରେଣ୍ଟିନରେ ରହିବେ।

ଭାରତୀୟ ଖେଳାଳିଙ୍କ ପାଇଁ ଇଂଲଣ୍ଡରେ ସହଜ କ୍ୱାରେଣ୍ଟିନ ବ୍ୟବସ୍ଥା କରିବାକୁ ବିସିସିଆଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଏବଂ ୟୁକେ ସରକାରଙ୍କ ସହ ଆଲୋଚନା କରୁଛି। ୟୁକେରେ ଖେଳାଳିଙ୍କୁ କିଛି ଦିନ କଠିନ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ। ଏହାପରେ ଟ୍ରେନିଂ ପାଇଁ ଅନୁମତି ଦିଆଯାଇପାରେ। ଗତ ନଭେମ୍ବରରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତ କରିଥିଲା। ସେଠାରେ ୩ ଦିନିଆ କଠିନ କ୍ୱାରେଣ୍ଟିନରେ ରଖାଯିବା ପରେ ଖେଳାଳିଙ୍କୁ ମିଳିଥିଲା ଅଭ୍ୟାସ ପାଇଁ ଅନୁମତି। କିନ୍ତୁ ପ୍ରାକ୍ଟିସ ପରେ ଖେଳାଳିଙ୍କୁ ହୋଟେଲ ରୁମ୍‌ ବାହାରକୁ ଯିବାକୁ ମନା କରାଯାଇଥିଲା। କିଛି ଏଭଳି ବ୍ୟବସ୍ଥା ୟୁକେ ଗସ୍ତରେ ହୋଇପାରେ ବୋଲି ଜଣେ ବିସିସିଆଇ ଅଧିକାରୀ କହିଛନ୍ତି। ବିସିସିଆଇର ଯୋଜନା ଅନୁଯାୟୀ, ଖେଳାଳିଙ୍କୁ ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ଅଭ୍ୟାସ ଲାଗି ୧୦ ଦିନ ମିଳିପାରିବ।

ଜୁନ ୧୮ ତାରିଖରୁ ଆରମ୍ଭ ହେବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଲାଗି ଭାରତୀୟ ପୁରୁଷ ଦଳ ସାଉଥାମ୍ପଟନ ଗସ୍ତ କରିବ। ମୁମ୍ବାଇ ବବ୍‌ଲରେ ପ୍ରବେଶ କରିବା ପୂର୍ବରୁ ଖେଳାଳିଙ୍କୁ ନେଗେଟିଭ ଆରଟି-ପିସିଆର ରିପୋର୍ଟ ଦରକାର। କେନ୍ଦ୍ରୀୟ ସଂସ୍ଥା ଦ୍ୱାରା ଏହି ଟେଷ୍ଟ କରାଯିବ ବୋଲି ବିସିସିଆଇ ପକ୍ଷରୁ ଖେଳାଳିଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri