Posted inଖେଳ

ଆଇପିଏଲ ପାଇଁ ଆଗୁଆ ଶେଷ ହୋଇପାରେ ସିପିଏଲ

ନୂଆଦିଲ୍ଲୀ, ୩୦।୫: ଆଇପିଏଲର ବଳକା ମ୍ୟାଚ୍‌କୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ବିସିସିଆଇ କାରିବିଅନ ପ୍ରିମିୟ ଲିଗ୍‌ (ସିପିଏଲ)କୁ ଏକ ସପ୍ତାହ କିମ୍ବା ୧୦ ଦିନ ଆଗରୁ ଶେଷ କରିବାକୁ କ୍ରିକେଟ ଓ୍ବେଷ୍ଟଇଣ୍ଡିଜ ବୋର୍ଡକୁ ପ୍ରସ୍ତାବ ଦେଇଛି। ଏହାଦ୍ୱାରା ଆଇପିଏଲ ଲାଗି ଖେଳାଳିଙ୍କୁ ବବଲରୁ ବବଲ ନିଆଯାଇପାରିବ।

କାର୍ଯ୍ୟସୂଚୀ ଅନୁଯାୟୀ, ଅଗଷ୍ଟ ୨୮ରୁ ଆରମ୍ଭ ହେବାକୁ ଥିବା ସିପିଏଲ-୯’ର ଫାଇନାଲ ସେପ୍ଟେମ୍ବର ୧୯ରେ ଖେଳାଯିବାର ଅଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୧୮ରୁ ଆଇପିଏଲ-୧୪ର ବଳକା ମ୍ୟାଚ୍‌ ଖେଳାଯିବ। ଏଣୁ ଓ୍ବେଷ୍ଟଇଣ୍ଡିଆନ କ୍ରିକେଟରଙ୍କୁ ସମୟ ମିଳିବ ନାହିଁ।

”ଆମେ କ୍ରିକେଟ ଓ୍ବେଷ୍ଟଇଣ୍ଡିଜ ସହ ଆଲୋଚନା କରୁଛୁ। ସିପିଏଲ ପୂର୍ବ ନିର୍ଦ୍ଧାରିତ ତାରିଖରୁ ଏକ ସପ୍ତାହ ପୂର୍ବରୁ ଶେଷ ହୋଇପାରିଲେ, ଖେଳାଳିଙ୍କୁ ସହଜରେ ବବଲରୁ ବବଲ ନିଆଯାଇପାରିବ। ସେଠାରେ ଖେଳାଳିମାନେ ୩ ଦିନିଆ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରହିବେ“ ବୋଲି ବିସିସିଆଇ ସୂତ୍ରରୁ କୁହାଯାଇଛି।

ଯଦି ବିସିସିଆଇ ଓ ସିଡବ୍ଲ୍ୟୁଆଇ ମଧ୍ୟରେ ଚାଲିଥିବା ଆଲୋଚନା ବିସଫଳ ହୁଏ, ତେବେ କିଛି ବଡ଼ ଖେଳାଳିମାନେ ଦ୍ୱିତୀୟ ପର୍ଯ୍ୟାୟ ଆଇପିଏଲ ପ୍ରାରମ୍ଭିକ ମ୍ୟାଚ୍‌ରେ ଖେଳିପାରିବେ ନାହିଁ। ଉଭୟ ଟି୨୦ ଖେଳୁଥିବା ଖେଳାଳିଙ୍କ ତାଲିକାରେ କିରନ ପୋଲାର୍ଡ, କ୍ରିସ ଗେଲ, ଡ୍ବେନ ବ୍ରାଭୋ, ଶିମରନ ହେଟମାୟର, ଜାସନ ହୋଲ୍ଡର, ନିକୋଲାସ ପୁରାନ, ଫାବିଆନ ଆଲେନ, କିମୋ ପଲ, ସୁନିଲ ନାରିନ ଓ କୋଚ୍‌ ବ୍ରେଣ୍ଡନ ମ୍ୟାକ୍‌କୁଲମ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri