Posted inଖେଳ

ପହଲଗାମ୍‌ ଆକ୍ରମଣ ପରେ ଭାରତ-ପାକିସ୍ତାନ କ୍ରିକେଟକୁ ନେଇ BCCI ଉପାଧ୍ୟକ୍ଷଙ୍କ ବଡ଼ ବୟାନ 

ନୂଆଦିଲ୍ଲୀ,୨୪।୪: କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଭାରତୀୟଙ୍କ ଜୀବନ ଯିବା ପରେ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳୁଛି। ଏହି କ୍ରମରେ ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ବଡ଼ ବୟାନ ଦେଇଛନ୍ତି। ଭାରତ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ କ୍ରିକେଟ ଖେଳିବ ନାହିଁ ବୋଲି ସେ କହିଛନ୍ତି।
ଶେଷ ଥର ପାଇଁ ଭାରତ ଏବଂ ପାକିସ୍ତାନ ୨୦୧୨-୨୦୧୩ରେ ଏକ ଦ୍ୱିପାକ୍ଷିକ ସିରିଜ ଖେଳିଥିଲେ, ଯେତେବେଳେ ପାକିସ୍ତାନ ଏକ ସୀମିତ ଓଭର ସିରିଜ ଖେଳିବା ପାଇଁ ଭାରତ ଗସ୍ତରେ ଆସିଥିଲା। ଭାରତ ଶେଷ ଥର ପାଇଁ ୨୦୦୮ ମସିହାରେ ପାକିସ୍ତାନ ଗସ୍ତ କରିଥିଲା, ଯେତେବେଳେ ସେମାନେ ଏସିଆ କପ୍‌ ଖେଳିଥିଲେ। ହେଲେ ଏବେ ଶୁକ୍ଲା ସ୍ପଷ୍ଟ କରିଛନ୍ତ ଯେ ଆମେ ଆଗକୁ ପାକିସ୍ତାନ ସହିତ ଦ୍ୱିପାକ୍ଷିକ ମ୍ୟାଚ ଖେଳିବୁ ନାହିଁ।
ସେ ସ୍ପୋର୍ଟସ ଟକ୍‌କୁ କହିଛନ୍ତି, ‘ଆମେ ପୀଡିତଙ୍କ ସହିତ ଅଛୁ ଏବଂ ଏହାକୁ ନିନ୍ଦା କରୁଛୁ। ଆମ ସରକାର ଯାହା କହିବ, ଆମେ ତାହା କରିବୁ। ସରକାରଙ୍କ ମନୋଭାବ ଯୋଗୁ ଆମେ ପାକିସ୍ତାନ ସହିତ ଦ୍ୱିପାକ୍ଷିକ ସିରିଜ ଖେଳୁନାହୁଁ ଏବଂ ଭବିଷ୍ୟତରେ ମଧ୍ୟ ଆମେ ପାକିସ୍ତାନ ସହିତ ଦ୍ୱିପାକ୍ଷିକ ସିରିଜ ଖେଳିବୁ ନାହିଁ। କିନ୍ତୁ ଯେତେବେଳେ ICC ଇଭେଣ୍ଟଗୁଡ଼ିକର କଥା ଆସେ, ଆମେ ICCର ସମ୍ପୃକ୍ତି ଯୋଗୁ ଖେଳୁ। ICC ମଧ୍ୟ ଜାଣେ ଯେ ଯାହା ଘଟୁଛି, ସେମାନେ ଏହାର ମୁକାବିଲା କରିବେ।”
ବିସିସିଆଇ ସଚିବ ଦେବଜିତ ସାଇକିଆ ମଧ୍ୟ ନିରୀହ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଏହି ଭୟଙ୍କର ଆକ୍ରମଣ ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, “ଗତକାଲି ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ନିର୍ଦ୍ଦୋଷମାନେ ଜୀବନ ହରାଇବା ଘଟଣାରେ କ୍ରିକେଟ ସମ୍ପ୍ରଦାୟ ଗଭୀର ଭାବରେ ମର୍ମାହତ ଏବଂ ଦୁଃଖିତ। ବିସିସିଆଇ ପକ୍ଷରୁ, ଏହି ଭୟଙ୍କର ଏବଂ କାପୁରୁଷତାପୂର୍ଣ୍ଣ କାର୍ଯ୍ୟକୁ ଦୃଢ଼ ନିନ୍ଦା କରିବା ସହିତ, ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ଏବଂ ଦିବଙ୍ଗତ ଆତ୍ମାଙ୍କ ପାଇଁ ପ୍ରାର୍ଥନା କରୁଛି। ସେମାନଙ୍କ ଯନ୍ତ୍ରଣା ଏବଂ ଦୁଃଖକୁ ବାଣ୍ଟି ଏହି ଦୁଃଖଦ ସମୟରେ ଆମେ ସେମାନଙ୍କ ସହିତ ଠିଆ ହୋଇଛୁ।”

Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri