Posted inଖେଳ

ନକଭିଙ୍କୁ ଚେତାବନୀ ଦେଲା BCCI, ଯେତେଶୀଘ୍ର ପାରୁଛ ଭାରତକୁ ଟ୍ରଫି ଫେରାଅ ନଚେତ…

ନୂଆଦିଲ୍ଲୀ,୨୧।୧୦: ଟିମ ଇଣ୍ଡିଆକୁ ଏସିଆ କପ୍‌ ୨୦୨୫ର ଟ୍ରଫି ହସ୍ତାନ୍ତର ନ କରିବାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କରେ ଏକ ନୂଆ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ବିସିସିଆଇ ଏସୀୟ କ୍ରିକେଟ ପରିଷଦ(ଏସିସି) ଅଧ୍ୟକ୍ଷ ମୋହସିନ ନକଭିଙ୍କୁ ଏକ ଚିଠି ଲେଖି ଏହି ବିଷୟରେ ଚେତାବନୀ ଦେଇଛି। ବିସିସିଆଇ ତାର ଚିଠିରେ କହିଛି ଯେ ଯଦି ମୋହସିନ ନକଭି ଭାରତକୁ ଏସିଆ କପ ଟ୍ରଫି ହସ୍ତାନ୍ତର କରିବାରେ ବିଫଳ ହୁଅନ୍ତି, ତେବେ ତାଙ୍କୁ ପରିଣାମ ଭୋଗିବାକୁ ପଡିବ।

ଇଣ୍ଡିଆ ଟୁଡେ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ବିସିସିଆଇ ସଚିବ ଦେବଜିତ ସାଇକିଆ କହିଛନ୍ତି ଯେ ଯଦି ମୋହସିନ ନକଭି ଟ୍ରଫି ପ୍ରସଙ୍ଗରେ ସକାରାତ୍ମକ ପ୍ରତିକ୍ରିୟା ପ୍ରଦାନ ନ କରନ୍ତି, ତେବେ ବିସିସିଆଇ ଷ୍ଟେପ୍‌ ବାଇ ଷ୍ଟେପ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

କହିରଖୁଛୁ, ସେପ୍ଟେମ୍ବର ୨୮ ତାରିଖରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରି ଟିମ୍‌ ଇଣ୍ଡିଆ ଏସିଆ କପ ୨୦୨୫ ଜିତିଥିଲା। ଫାଇନାଲ୍‌ରେ ଭାରତ ପାକିସ୍ତାନକୁ ୫ ୱିକେଟ୍‌ରେ ପରାସ୍ତ କରିଥିଲା। ତଥାପି ମ୍ୟାଚ ପରେ ପ୍ରେଜେଣ୍ଟେଶନ ସମୟରେ, ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପିସିବି ଏବଂ ଏସିସି ଅଧ୍ୟକ୍ଷ ମୋହସିନ ନକଭିଙ୍କଠାରୁ ଟ୍ରଫି ଗ୍ରହଣ କରିବାକୁ ମନା କରିଦେଇଥିଲେ। ଫଳସ୍ବରୂପ ମୋହସିନ ନକଭି ଏସିଆ କପ୍‌ ଟ୍ରଫି ନେଇ ସେଠାରୁ ଚାଲି ଯାଇଥିଲେ।

୨୦୨୫ ଏସିଆ କପ୍‌ ଫାଇନାଲ୍‌ରେ ଭାରତର ବିଜୟ ପାକିସ୍ତାନ ବିପକ୍ଷରେ ତୃତୀୟ ଥିଲା। ଏହା ପୂର୍ବରୁ ଟିମ ଇଣ୍ଡିଆ ସେପ୍ଟେମ୍ବର ୧୪ ତାରିଖରେ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ପ୍ରଥମ ଥର ପାଇଁ ପାକିସ୍ତାନକୁ ପରାସ୍ତ କରିଥିଲା। ସେହି ପ୍ରଥମ ମ୍ୟାଚ୍‌ ପରେ, ଭାରତୀୟ ଖେଳାଳିମାନେ ପାକିସ୍ତାନୀ ଖେଳାଳିମାନଙ୍କ ସହିତ ହାତ ମିଳାଇବାକୁ ମନା କରିଦେଇଥିଲେ, ଯାହା ଏକ ବିବାଦ ସୃଷ୍ଟି କରିଥିଲା।

୨୦୨୫ ଏସିଆ କପ୍‌ରେ ଭାରତ ଏବଂ ପାକିସ୍ତାନ ଦ୍ୱିତୀୟ ଥର ପାଇଁ ସୁପର ଫୋର୍‌ ପର୍ଯ୍ୟାୟରେ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚ୍‌ ନଭେମ୍ବର ୨୧ ତାରିଖରେ ଖେଳାଯାଇଥିଲା ଏବଂ ସେହି ମ୍ୟାଚ୍‌ରେ ମଧ୍ୟ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ସମସ୍ତ ତିନୋଟି ମ୍ୟାଚ ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri