ଆଇପିଏଲ୍‌ରେ କରୋନା ଟେଷ୍ଟ ପାଇଁ ବିସିସିଆଇ ଖର୍ଚ୍ଚ କରିବ ୧୦ କୋଟି ଟଙ୍କା

ନୂଆଦିଲ୍ଲୀ, ୧।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ମାସ ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌-୧୩କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରିବାକୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଷ୍ପତ୍ତି ନେଇଛି। ଏହି ସିଜନ ଆଇପିଏଲ୍‌ ଅବସରରେ ବିସିସିଆଇ ୨୦ ହଜାରରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ କରିବାକୁ ଲକ୍ଷ୍ୟ ରଖିଛି। ଯେଉଁଥି ପାଇଁ ବିସିସିଆଇ ୧୦ କୋଟି ଟଙ୍କାର ବଜେଟ୍‌ ସ୍ଥିର କରିଛି। ୟୁଏଇ ଗସ୍ତ କରିବା ପୂର୍ବରୁ ଭାରତରେ ଖେଳାଳିଙ୍କ କରୋନା ଟେଷ୍ଟ ଖର୍ଚ୍ଚ ୮ଟି ଯାକ ଫ୍ରାଞ୍ଚାଇଜ ବହନ କରିଥିଲେ। କିନ୍ତୁ ୨୦ ଅଗଷ୍ଟରୁ ପର୍ଯ୍ୟାୟକ୍ରମେ ୮ଟି ଯାକ ଦଳ ୟୁଏଇରେ ପହଞ୍ଚିବା ପରେ ସେଠାରେ ନିୟମିତ ବ୍ୟବଧାନରେ ଅନୁଷ୍ଠିତ ହେଉଥିବା କରୋନା ଟେଷ୍ଟ ଖର୍ଚ୍ଚ ବିସିସିଆଇ ବହନ କରିବ। ବିସିସିଆଇର ଜଣେ ଅଧିକାରୀ କହିଛନ୍ତି, କରୋନା ଟେଷ୍ଟ ଲାଗି ଆମେ ୟୁଏଇ କମ୍ପାନୀ ବିପିଏସ୍‌ ହେଲ୍‌ଥ କେୟାର ସହ ଚୁକ୍ତି କରିଛୁ। କମ୍ପାନୀର ୭୫ଜଣ ସ୍ବାସ୍ଥ୍ୟକର୍ମୀ ଖେଳାଳି, ସପୋର୍ଟ ଷ୍ଟାଫ୍‌ ଓ ଅନ୍ୟ ସଦସ୍ୟଙ୍କ କରୋନା ଟେଷ୍ଟ କାର୍ଯ୍ୟ କରିବେ। କେତେ ସଂଖ୍ୟକ ଟେଷ୍ଟ ହେବ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ପାଖାପାଖି ଏହି ସଂଖ୍ୟା ୨୦ ହଜାର ହେବ। ପ୍ରତି କରୋନା ଟେଷ୍ଟ ଲାଗି ବିସିସିଆଇ ପାଖାପାଖି ୩ ହଜାର ୯୭୧ ଟଙ୍କା ଖର୍ଚ୍ଚ କରିବ। ଫଳରେ ବିସିସିଆଇ କରୋନା ଟେଷ୍ଟ ଲାଗି ପାଖାପାଖି ୧୦ କୋଟି ଖର୍ଚ୍ଚ କରିବାର ଆକଳନ କରାଯାଉଛି ବୋଲି ଏହି ବିସିସିଆଇ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri