ଆଇପିଏଲ୍‌ରେ କରୋନା ଟେଷ୍ଟ ପାଇଁ ବିସିସିଆଇ ଖର୍ଚ୍ଚ କରିବ ୧୦ କୋଟି ଟଙ୍କା

ନୂଆଦିଲ୍ଲୀ, ୧।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ମାସ ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌-୧୩କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରିବାକୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଷ୍ପତ୍ତି ନେଇଛି। ଏହି ସିଜନ ଆଇପିଏଲ୍‌ ଅବସରରେ ବିସିସିଆଇ ୨୦ ହଜାରରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ କରିବାକୁ ଲକ୍ଷ୍ୟ ରଖିଛି। ଯେଉଁଥି ପାଇଁ ବିସିସିଆଇ ୧୦ କୋଟି ଟଙ୍କାର ବଜେଟ୍‌ ସ୍ଥିର କରିଛି। ୟୁଏଇ ଗସ୍ତ କରିବା ପୂର୍ବରୁ ଭାରତରେ ଖେଳାଳିଙ୍କ କରୋନା ଟେଷ୍ଟ ଖର୍ଚ୍ଚ ୮ଟି ଯାକ ଫ୍ରାଞ୍ଚାଇଜ ବହନ କରିଥିଲେ। କିନ୍ତୁ ୨୦ ଅଗଷ୍ଟରୁ ପର୍ଯ୍ୟାୟକ୍ରମେ ୮ଟି ଯାକ ଦଳ ୟୁଏଇରେ ପହଞ୍ଚିବା ପରେ ସେଠାରେ ନିୟମିତ ବ୍ୟବଧାନରେ ଅନୁଷ୍ଠିତ ହେଉଥିବା କରୋନା ଟେଷ୍ଟ ଖର୍ଚ୍ଚ ବିସିସିଆଇ ବହନ କରିବ। ବିସିସିଆଇର ଜଣେ ଅଧିକାରୀ କହିଛନ୍ତି, କରୋନା ଟେଷ୍ଟ ଲାଗି ଆମେ ୟୁଏଇ କମ୍ପାନୀ ବିପିଏସ୍‌ ହେଲ୍‌ଥ କେୟାର ସହ ଚୁକ୍ତି କରିଛୁ। କମ୍ପାନୀର ୭୫ଜଣ ସ୍ବାସ୍ଥ୍ୟକର୍ମୀ ଖେଳାଳି, ସପୋର୍ଟ ଷ୍ଟାଫ୍‌ ଓ ଅନ୍ୟ ସଦସ୍ୟଙ୍କ କରୋନା ଟେଷ୍ଟ କାର୍ଯ୍ୟ କରିବେ। କେତେ ସଂଖ୍ୟକ ଟେଷ୍ଟ ହେବ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ପାଖାପାଖି ଏହି ସଂଖ୍ୟା ୨୦ ହଜାର ହେବ। ପ୍ରତି କରୋନା ଟେଷ୍ଟ ଲାଗି ବିସିସିଆଇ ପାଖାପାଖି ୩ ହଜାର ୯୭୧ ଟଙ୍କା ଖର୍ଚ୍ଚ କରିବ। ଫଳରେ ବିସିସିଆଇ କରୋନା ଟେଷ୍ଟ ଲାଗି ପାଖାପାଖି ୧୦ କୋଟି ଖର୍ଚ୍ଚ କରିବାର ଆକଳନ କରାଯାଉଛି ବୋଲି ଏହି ବିସିସିଆଇ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri