Posted inଖେଳ

୨୦୨୭ ବିଶ୍ୱକପ୍‌ ପୂର୍ୱରୁ ବିସିସିଆଇର ବଡ଼ ନିଷ୍ପତ୍ତି: ଆଉ ବର୍ଷେ ମୁଖ୍ୟ ଚୟନକର୍ତ୍ତା ରହିବେ ଅଗରକର

ନୂଆଦିଲ୍ଲୀ,୧୯ା୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ନବୀକରଣ କରାଯାଇଛି। ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ। ୨୦୨୭ ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହି ପଦକ୍ଷେପ ନେଇଛି।

ଅଗରକରଙ୍କ ଅଧ୍ୟକ୍ଷତାରେ ଚୟନକମିଟି ଅଧୀନରେ ୨୦୨୩ ଅକ୍ଟୋବର ଓ ୨୦୨୬ ମାର୍ଚ୍ଚ ମଧ୍ୟରେ ମନୋନୀତ ଭାରତୀୟ ଦଳଗୁଡ଼ିକ ଚାରୋଟି ଆଇସିସି ଟୁର୍ନାମେଣ୍ଟ ଫାଇନାଲରେ ପ୍ରବେଶ କରିପାରିଛି ଏବଂ ତିନୋଟିରେ (ଦୁଇ ଟି୨୦ ବିଶ୍ୱକପ୍‌ ଏବଂ ଗୋଟିଏ ଆଇସିସି ଚାମ୍ପିୟନ୍ସ ଟ୍ରଫି) ବିଜୟ ଲାଭ କରିପାରିଛି। ଏହି କାରଣରୁ ତାଙ୍କ ସହିତ ହୋଇଥିବା ଚୁକ୍ତିର ଚତୁର୍ଥ ବର୍ଷ ପାଇଁ ନବୀକରଣ କରାଯାଇଛି। ବିସିସିଆଇର ଜଣେ ବରିଷ୍ଠ କର୍ମକର୍ତ୍ତାଙ୍କ ସୂତ୍ରରୁ ପ୍ରକାଶ ଅଗରକର ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ଚାହୁଁ ନ ଥିଲେ। ଜଣେ ଚୟନକର୍ତ୍ତା ଜୁନିୟର କିମ୍ୱା ସିନିୟରରେ ୪ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିପାରିବେ, କିମ୍ୱା ଉଭୟ କମିଟିରେ ମୋଟ ୫ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିପାରିବେ। ମାତ୍ର ଏଠାରେ ଅଗରକରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇ ନାହିଁ ବରଂ ନବୀକରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri