ସମ୍ବଲପୁରରେ ବିସିଆଇ ଟିମ୍‌

ସମ୍ବଲପୁର,୨୬।୨(ବ୍ୟୁରୋ): ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶକୁ ଅବମାନନା କରି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁରଠାରେ ଜିଲା ଓକିଲ ସଂଘ ଆନ୍ଦୋଳନରେ ସାମିଲ ହୋଇଥିଲା। ଏହି ଘଟଣାରେ ସୁପ୍ରିମ୍‌କୋର୍ଟ କ୍ଷୋଭ ପ୍ରକାଶ କରି ୫୪ ଜଣ ଓକିଲଙ୍କ ଲାଇସେନ୍ସ ୧୮ ମାସ ପର୍ଯ୍ୟନ୍ତ ନିଲମ୍ବନ କରିଥିଲେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅନ୍ୟ ସମସ୍ତ ଓକିଲଙ୍କ ନିଲମ୍ବନ ବଳବତ୍ତର ରହିବ ବୋଲି ରୋକଠୋକ ଶୁଣାଇଥିଲେ। ଘଟଣାର ସତ୍ୟାସତ୍ୟ ଯାଞ୍ଚ କରିବା ପାଇଁ ବିସିଆଇ (ବାର୍‌ କାଉନ୍‌ସିଲ ଅଫ ଇଣ୍ଡିଆ)ର ୩ଜଣିଆ କମିଟିକୁ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବିସିଆଇ ଟିମ୍‌ ସଦସ୍ୟ ଡି.ପି. ଧଳ, ମାନସ ମହାପାତ୍ର, ଯଶୋବନ୍ତ ଦାସ ଶନିବାର ସମ୍ବଲପୁରରେ ପହଞ୍ଚତ୍ ଉତ୍ତରାଞ୍ଚଳ ପୋଲିସ ଆଇଜି ଡ. ଦୀପକ କୁମାର, ସମ୍ବଲପୁର ଏସ୍‌ପି ବାତୁଲା ଗଙ୍ଗାଧର, ସମ୍ବଲପୁର ଜିଲା ଜଜ୍‌ଙ୍କ ସହ ଅନ୍ୟ ବିଚାରପତି ଓ ଜିଲା ଓକିଲ ସଂଘକୁ ପୃଥକ୍‌ ଭାବେ ଭେଟିଥିଲା। ଆନ୍ଦୋଳନ ସମୟରେ କେଉଁମାନେ ଉପସ୍ଥିତ ରହିଥିଲେ, ଘଟଣା ପଛରେ କେଉଁମାନଙ୍କ ସମ୍ପୃକ୍ତି ରହିଛି, କାହିଁକି ଏଭଳି ଅଭାବନୀୟ ଘଟଣା ଘଟିଥିଲା ତାହାକୁ ନେଇ କମିଟି ସଦସ୍ୟ ତଦନ୍ତ କରିଛନ୍ତି। ଏହାର ରିପୋର୍ଟ ସେମାନେ ସୁପ୍ରିମ୍‌କୋର୍ଟରେ ଦାଖଲ କରିବେ।
ପଶ୍ଚିମ ଓଡିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କରାଯାଇଥିବା ଆନ୍ଦୋଳନରେ ଜିଲା ଓକିଲ ସଂଘ ସାମିଲ ହୋଇଥିଲା। ୨୦୨୨ ନଭେମ୍ବର ୨୯ରେ ଆନ୍ଦୋଳନକାରୀ କୋର୍ଟ କାର୍ଯ୍ୟ ବନ୍ଦ କରିଥିଲେ। ଡିସେମ୍ବର ୧୨ରେ ବିଚାରପତିମାନେ କୋର୍ଟ କାର୍ଯ୍ୟରେ ଯୋଗଦେଇଥିବା ଜାଣି ଆନ୍ଦୋଳନକାରୀ କୋର୍ଟ ପରିସରରେ ଧସେଇ ପଶି ଭଙ୍ଗାରୁଜା କରିଥିଲେ। ସୁପ୍ରିମ୍‌କୋର୍ଟ କ୍ଷୋଭ ପ୍ରକାଶ କରି ୫୪ ଓକିଲଙ୍କ ଲାଇସେନ୍ସ ୧୮ମାସ ପର୍ଯ୍ୟନ୍ତ ନିଲମ୍ବନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri