ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀର ରୋଶନ କୁମାର ପଟ୍ଟନାୟକ(୨୮) । ତେବେ ଆଇପିଏଲ ସଟ୍ଟା କିମ୍ବା ଅନଲାଇନ ଗେମିଂରେ ଲକ୍ଷ ଲକ୍ଷ ଟଙ୍କା ହାରିବା ପରେ ସେ ମାନସିକ ଚାପରେ ଏଭଳି ଚରମ ନିଷ୍ପତ୍ତି ନେଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି । ଏ ନେଇ ବ୍ରହ୍ମପୁର ରେଳବାଇ ପୋଲିସ(ଜିଆର୍‌ପି) ଏକ ଅପମୃତ୍ୟୁ ମାମଲା(ନଂ.୩୧/୨୫) ରୁଜୁ କରିଛି।

ମିଳିଥିବା ସୂଚନା ମୁତାବକ, ବ୍ରହ୍ମପୁର ରେଳଷ୍ଟେଶନ ପ୍ଲାଟଫର୍ମ ୨ ନିକଟ ରେଳଧାରଣାରେ ଜଣେ ଯୁବକ କଟକ ଗୁଣପୁର ମେମୁ ଟ୍ରେନ ଆଗକୁ ଆସି ଆତ୍ମହତ୍ୟା କରିଥିବା ନେଇ ଜିଆର୍‌ପିକୁ ଖବର ମିଳିଥିଲା। ପୋଲିସ ପହଞ୍ଚି ଟ୍ରେନ ଚକାରେ ଲାଗି ରହିଥିବା ମୃତଦେହକୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲ ପଠାଇଥିଲା । ଘଟଣା ପରେ ଅଧା ଘଣ୍ଟା ଟ୍ରେନ ଘଟଣାସ୍ଥଳରେ ଅଟକି ରହିଥିଲା। ତଦନ୍ତ ବେଳେ ପୋଲିସ ମୃତଦେହ ନିକଟରୁ ଏକ ଆଧାର କାର୍ଡ ପାଇଥିଲା । ସେହିକ୍ରମରେ ପୋଲିସ ମୃତ ଯୁବକ ରୋଶନ ପଟ୍ଟନାୟକ ବୋଲି ଜାଣିବାକୁ ପାଇଥିଲା। ଖବରପାଇ ପରିବାର ଲୋକେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ । ରୋଶନ ବିଡିଏର ମେଣ୍ଟେନାନ୍ସ ବିଭାଗରେ ସୁପରଭାଇଜର ଭାବେ କାର୍ଯ୍ୟ କରୁଥିଲେ। ଗତ କିଛି ଦିନ ହେଲା ସେ ମାନସିକ ଚାପରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri