ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ବିବାଦ, ସର୍ବସମ୍ମୁଖରେ ନୂଆପଡ଼ା ବିଡିଓଙ୍କୁ ଚାପୁଡା

ନୂଆପଡା, ୧୯/୧ ( ମକାରୁ ବେମାଲ): ନୂଆପଡ଼ା ଜିଲାରେ ସୋମବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ସୋମବାର ସକାଳୁ ନୂଆପଡ଼ା ସଦର ବିଡିଓ ରୋହିତ ଭୋଇ ନିଜ ବାସ ଭବନରୁ ଗାଁ ପ୍ରଶାସନରେ ଯୋଗ ଦେବାପାଇଁ ବାହାରୁ ଥିଲାବେଳେ କିଛି ଲୋକ ତାଙ୍କୁ ଘେରି ଯାଇ ମାଡ ମାରିଥିଲେ । ଏହି ସମୟର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ନୂଆପଡା ସଦର ବ୍ଲକ୍ ଭଇଁସାତାଲ ପଞ୍ଚାୟତରେ ନୂତନ ପଞ୍ଚାୟତ କୋଠା ନିର୍ମାଣକୁ ନେଇ ଅଭିଯୋଗ ହୋଇ ଆସୁଥିଲା। ତେବେ ଗତ ଦୁଇ ଦିନ ତଳେ କୋଠା ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବାକୁ ନେଇ ପଞ୍ଚାୟତବାସୀ ଉଚ୍ଚ ନ୍ୟାୟାଳୟରୁ ରହିତାଦେଶ ଆଣିଥିଲେ। ତଥାପି କାହିଁକି କାମ ଚାଲିଛି ବୋଲି ସୋମବାର ଭଇଁସାତାଲର କିଛି ଲୋକ ବିଡିଓଙ୍କ ନିକଟକୁ ଆସି ବିଡିଓଙ୍କ ସହ ଆଲୋଚନା କରିଥିଲେ । ସେହି ସମୟରେ ହଠାତ୍ ବିଡିଓଙ୍କୁ କିଛି ଲୋକ ଚାପୁଡା ମାରି ଚାଲି ଯାଇଥିଲେ ।

ଏପରିକି ବିଡିଓଙ୍କ ଗାଡ଼ି ଚାଳକ ମଧ୍ୟ ସେଠାରେ ଉପସ୍ଥିତ ଥିଲେ । ଖବର ପାଇ ସଦର ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଏହାପରେ ଜିଲ୍ଲାର ସମସ୍ତ ଅଧିକାରୀମାନେ ମଧ୍ୟ ସଦର ବ୍ଲକ୍ କାର୍ଯ୍ୟାଳୟକୁ ପହଞ୍ଚି ଘଟଣା ବିଷୟରେ ପଚାରିଲିଥିଲେ। ପରେ ଘଟଣା ଉଗ୍ର ରୂପ ଧାରଣ କରି ବ୍ଲକର ସମସ୍ତ ସରପଞ୍ଚ ଓ ଅଧିକାରୀ, କର୍ମଚାରୀ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । ଧାରଣାରେ ସରପଞ୍ଚ, ସମିତି ସଭ୍ୟା ସଭ୍ୟ, ଜିଲ୍ଲା ପରିଷଦ, ସରକାରୀ କର୍ମଚାରୀ ସାମିଲ ଅଛନ୍ତି । ଏନେଇ ସଦର ପୋଲିସ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ବଡ଼ ଝଟକା: ବିସିବିକୁ ଅଲ୍ଟିମେଟମ ଦେଲା ICC, ଜାନୁଆରୀ ୨୧ ସୁଦ୍ଧା…

ନୂଆଦିଲ୍ଲୀ,୧୯।୧: ଗତ ସପ୍ତାହରେ ICC ଅଧିକାରୀମାନେ BCB ସହିତ ୨୦୨୬ ଟି-୨୦ ବିଶ୍ୱକପ ପାଇଁ ସ୍ଥାନ ପରିବର୍ତ୍ତନ ବିଷୟରେ ଆଲୋଚନା କରିବା ପାଇଁ ବାଂଲାଦେଶ ଗସ୍ତ...

ଆଉ ଫେରିବି କି ନାହିଁ ଜାଣିନାହିଁ: ହଠାତ୍‌ ବ୍ରେକ୍‌ ନେଲେ ନେହା

ଗାୟିକା ନେହା କକ୍କର ନିଜ ସଙ୍ଗୀତ କ୍ୟାରିୟରରୁ ବ୍ରେକ୍‌ ନେଇଛନ୍ତି। ସେ ଇନଷ୍ଟାଗ୍ରାମରେ ଏନେଇ ସୂଚନା ଦେଇଛନ୍ତି। ନେହା ତାଙ୍କ ପୋଷ୍ଟରେ ଲେଖିଛନ୍ତି, ଦାୟିତ୍ୱ, ସମ୍ପର୍କ,...

UKGରେ ପଢୁଥିବା ପୁଅର ରେଜଲ୍ଟ ଦେଖି ବାପାଙ୍କୁ ହାର୍ଟଆଟାକ୍, ସ୍କୁଲରେ ଟଳି….

ନୂଆଦିଲ୍ଲୀ,୧୯।୧:  ୟୁକେଜିରେ ପଢୁଥିବା ପୁଅର ମାର୍କସିଟ୍ ଦେଖି ବାପାକୁ ହାର୍ଟଆଟାକ୍ ଆସିଛି । କଥାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସମ୍ପୁର୍ଣ୍ଣ ସତ୍ୟ । ଆସାମରୁ ସାମ୍ନାକୁ...

୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା...

‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ...

ବନ୍ଧୁକ ଦେଖାଇ ବଡ଼ବିଲ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ବଡ଼ବିଲ,୧୯।୧: କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ବନ୍ଧୁକ...

ଏଣିକି ବଲାଙ୍ଗୀରରେ କାମ କରିବା ମନା, କାହିଁକି ଏମିତି ନିଷ୍ପତ୍ତି ନେଲେ ଠିକାଦାର ସଂଘ, ଜାଣନ୍ତୁ…

ବଲାଙ୍ଗୀର,୧୯।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଠିକାଦାର ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଖବରଦାତା ଭବନଠାରେ ଖବରଦାତା ସମ୍ମିଳନୀ କରାଯାଇଥିଲା। ବଲାଙ୍ଗୀର ଜିଲା ଭିତରେ...

କାଲିଠୁ ଡଲଫିନ ଗଣନା: ବନ୍ଦ ରହିବ ବୋଟ୍‌ ଚଳାଚଳ

ଭୁବନେଶ୍ୱର,୧୯।୧: ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ମଙ୍ଗଳବାରଠୁ ଡଲଫିନ ଗଣନା ଆରମ୍ଭ ହେବ। ଏହି ଗଣନା ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri