ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ବିବାଦ, ସର୍ବସମ୍ମୁଖରେ ନୂଆପଡ଼ା ବିଡିଓଙ୍କୁ ଚାପୁଡା

ନୂଆପଡା, ୧୯/୧ ( ମକାରୁ ବେମାଲ): ନୂଆପଡ଼ା ଜିଲାରେ ସୋମବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ସୋମବାର ସକାଳୁ ନୂଆପଡ଼ା ସଦର ବିଡିଓ ରୋହିତ ଭୋଇ ନିଜ ବାସ ଭବନରୁ ଗାଁ ପ୍ରଶାସନରେ ଯୋଗ ଦେବାପାଇଁ ବାହାରୁ ଥିଲାବେଳେ କିଛି ଲୋକ ତାଙ୍କୁ ଘେରି ଯାଇ ମାଡ ମାରିଥିଲେ । ଏହି ସମୟର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ନୂଆପଡା ସଦର ବ୍ଲକ୍ ଭଇଁସାତାଲ ପଞ୍ଚାୟତରେ ନୂତନ ପଞ୍ଚାୟତ କୋଠା ନିର୍ମାଣକୁ ନେଇ ଅଭିଯୋଗ ହୋଇ ଆସୁଥିଲା। ତେବେ ଗତ ଦୁଇ ଦିନ ତଳେ କୋଠା ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବାକୁ ନେଇ ପଞ୍ଚାୟତବାସୀ ଉଚ୍ଚ ନ୍ୟାୟାଳୟରୁ ରହିତାଦେଶ ଆଣିଥିଲେ। ତଥାପି କାହିଁକି କାମ ଚାଲିଛି ବୋଲି ସୋମବାର ଭଇଁସାତାଲର କିଛି ଲୋକ ବିଡିଓଙ୍କ ନିକଟକୁ ଆସି ବିଡିଓଙ୍କ ସହ ଆଲୋଚନା କରିଥିଲେ । ସେହି ସମୟରେ ହଠାତ୍ ବିଡିଓଙ୍କୁ କିଛି ଲୋକ ଚାପୁଡା ମାରି ଚାଲି ଯାଇଥିଲେ ।

ଏପରିକି ବିଡିଓଙ୍କ ଗାଡ଼ି ଚାଳକ ମଧ୍ୟ ସେଠାରେ ଉପସ୍ଥିତ ଥିଲେ । ଖବର ପାଇ ସଦର ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଏହାପରେ ଜିଲ୍ଲାର ସମସ୍ତ ଅଧିକାରୀମାନେ ମଧ୍ୟ ସଦର ବ୍ଲକ୍ କାର୍ଯ୍ୟାଳୟକୁ ପହଞ୍ଚି ଘଟଣା ବିଷୟରେ ପଚାରିଲିଥିଲେ। ପରେ ଘଟଣା ଉଗ୍ର ରୂପ ଧାରଣ କରି ବ୍ଲକର ସମସ୍ତ ସରପଞ୍ଚ ଓ ଅଧିକାରୀ, କର୍ମଚାରୀ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । ଧାରଣାରେ ସରପଞ୍ଚ, ସମିତି ସଭ୍ୟା ସଭ୍ୟ, ଜିଲ୍ଲା ପରିଷଦ, ସରକାରୀ କର୍ମଚାରୀ ସାମିଲ ଅଛନ୍ତି । ଏନେଇ ସଦର ପୋଲିସ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri