ଦୁର୍ଗମ ଅଞ୍ଚଳରେ ବିଡିଓ: ସମସ୍ୟା ବୁଝିଲେ, ସମାଧାନର ପ୍ରତିଶୃତି ଦେଲେ

ରାଇକିଆ,୧୫।୩(ପ୍ରଦୀପ ବେହେରା): ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟର ଡାଙ୍ଗିସି ଗ୍ରାମକୁ। ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ – ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ ସରକାରଙ୍କ ଯୋଜନା ସଠିକ ଭାବେ ପହଞ୍ଚି ପାରୁନାହିଁ । ଏଭଳି ଏକ ଦୁର୍ଗମ ଅପହଞ୍ଚ ଇଲାକାକୁ ଯାଇ ଲୋକଙ୍କୁ ଭେଟିଛନ୍ତି ରାଇକିଆ ବଡିଓ ସବ୍ୟସାଚୀ ସାହୁ । ରାସ୍ତା ଠାରୁ ଆରମ୍ଭ କରି ଶିକ୍ଷା, ସ୍ବାାସ୍ଥ୍ୟ ଭଳି ଜରୁରୀ ସେବାରୁ ବଞ୍ଚିତ ହେଉଛନ୍ତି ଏହି ଗ୍ରାମବାସୀ। ଗାଁରେ ପ୍ରାଥମିକ ବିଦ୍ୟାଳୟ ନାହିଁ କି ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ । ଗାଁ ରେ ଏକାଧିକ ପିଲା ବିଦ୍ୟାଳୟରେ ନାମ ଲେଖେଇ ନ ପାରି ଅଧାରୁ ପାଠ ଛାଡୁଛନ୍ତି । ସର୍ବନିମ୍ନ ସ୍ବାସ୍ଥ୍ୟ ସେବା ପାଇବାକୁ ହେଲେ ୨୫ କିମି ଦୂର ରାଇକିଆ ସହର ଉପରେ ସମସ୍ତେ ନିର୍ଭରଶୀଳ । ଏ ସବୁ ସମସ୍ୟା ଭିତରେ ସବୁଠାରୁ ବଡ ଚାଲେଞ୍ଜ ଭାବେ ଦେଖାଦେଇଛି। ରାସ୍ତାକାମ ଅଧାପନ୍ତରିଆ ରହି ଯାଇ ଥିବାରୁ ଗାଆଁକୁ ଦୁଇ ଚକିଆ ଯାନ ମଧ୍ୟ ଯାଇ ପାରୁନାହିଁ । ୧୪ ପରିବାର ବସବାସ କରୁଥିବା ଏହି ଗ୍ରାମରେ ସବୁ ଘର ମାଟି ଓ କଚା ଘର । ରାସ୍ତା ନ ଥିବାରୁ ଘର ତିଆରି ସରଞ୍ଜାମ ଆଣିବାରେ ଅସୁବିଧା ଯୋଗୁ ଘର ତିଆରି କରିପାରୁ ନାହାନ୍ତି । ଗାଁ ରେ ଥିବା ଏକ ମାତ୍ର ଚୂଆ ଓ ଝରଣା ପାଣିକୁ ବ୍ୟବହାର କରୁଛନ୍ତି ଗ୍ରାମବାସୀ। ଖରା ଦିନେ ଝରଣା ସୁଖିଗଲେ ଦୁଇ କିମି ପାହାଡ ଚଢି ପାଣି ଆଣିବାକୁ ପଡୁଛି । ଏସବୁ ଭିତରେ ସାଧାରଣ ଜୀବନ ବିତାଇବା ପାଇଁ ସଙ୍ଘର୍ଷ କରୁଛନ୍ତି ଗ୍ରାମବାସୀ ।

ଏକ ସପ୍ତାହ ତଳେ ନୂତନ ବିଡିିଓ ଭାବେ ଯୋଗ ଦେଇ ଥିବା ସବ୍ୟସାଚୀ ସାହୁ ଏହି ଗ୍ରାମକୁ ଗସ୍ତ କରି ଲୋକଙ୍କ ସମସ୍ୟାକୁ ବୁଝିବା ସହ ସ୍ଥାନୀୟ ଲୋକେ କିପରି ତ୍ୱରିତ ସେବା ପାଇ ପାରିବେ ସେ ନେଇ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଏହି ଗ୍ରାମରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଦୁଇଟି କୂପ ଖୋଳା ଯାଇଛି। ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯେପରି ସମସ୍ତେ ଗୃହ ପାଇ ପାରିବେ ତାକୁ ପ୍ରାଥମିକତା ଭିତ୍ତିରେ କରାଯିବା ସହ ଅଧାପନ୍ତରିଆ ରାସ୍ତାକୁ ଜିଲା ପ୍ରଶାସନ ସହ ଆଲୋଚନା କରି ଯେପରି ଯାନ ବାହାନ ଚଳାଚଳ ଉପଯୋଗୀ ହୋଇପାରିବ ସେ ଦିଗରେ ପ୍ରାଥମିକତା ଦିଆଯିବ ବୋଲି ବିଡିଓ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?