ଦାରିଙ୍ଗବାଡ଼ିରେ ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ବିଡିଓ: କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କନିଷ୍ଠ ଯନ୍ତ୍ରୀଙ୍କୁ ଦେଲେ ନିର୍ଦ୍ଦେଶ  

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ପଞ୍ଚାୟତ ସମେତ ୮ ଟି ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ଚାଲିଛି। ବିଶେଷ କରି ବିଦ୍ୟାଳୟର ରୂପାନ୍ତର, ଉଚ୍ଚ ବିଦ୍ୟାଳୟରେ ରୋଷଇ ଗୃହ, ବଜାର ଗୃହ, ଗ୍ରାମ ପଞ୍ଚାୟତର ସୁବିଧା ଗୃହ, ବନ ସୁରକ୍ଷା ସମିତି ଗୃହ ଆଦି ନିର୍ମାଣ କାର୍ଯ୍ୟ ଚାଲଥିବା ବେଳେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ ପରିଦର୍ଶନ କରି ତଦାରଖ କରିଛନ୍ତି।
ପ୍ରକାଶ ଯେ, ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ପାଗ ଶୁଖିଲା ରହୁଛି । ତେଣୁ ବର୍ଷା ଦିନ ପୂର୍ବରୁ ବ୍ଲକ ଅଞ୍ଚଳରେ ବିଶେଷ କରି ଦୁର୍ଗମ ଅଞ୍ଚଳରେ ନୂତନ କୋଠା, ରାସ୍ତା ସମ୍ପ୍ରସାରଣ, ନୂତନ କୂପ ଖନନ, ଜମି ଉନ୍ନତିକରଣ ଆଦି କାର୍ଯ୍ୟକୁ ଶୀଘ୍ର ସାରିବାକୁ ବିଡିଓ ନିର୍ଦ୍ଦେଶ ଦେବା ସହ ଦୈନିକ ବ୍ଲକ ଅଞ୍ଚଳର ୨୫ ପଞ୍ଚାୟତର ବିଭିନ୍ନ ଅଞ୍ଚଳକୁ ପରିଦର୍ଶନରେ ଯାଉଥିବା ସେ କହିଛନ୍ତି। ସେ ଶୀଘ୍ର କାର୍ଯ୍ୟ ସମ୍ପାଦନା କରିବା ପାଇଁ ବିଭାଗୀୟ କନିଷ୍ଠ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସହ ସମୀକ୍ଷା କରିବା ସହ କାର୍ଯ୍ୟରେ ସୁବିଧା ଓ ଅସୁବିଧା ସମ୍ପର୍କରେ ଆଲୋଚନା କରି ସମସ୍ୟାର ସମାଧାନ କରଯାଉଥିବା କହିଛନ୍ତି। ବିଡିଓଙ୍କ ଏହି ଗସ୍ତ ସମୟରେ କନିଷ୍ଠ ଯନ୍ତ୍ରୀ କମଳ ପାତ୍ର ଉପସ୍ଥିତ ରହି ବିଭିନ୍ନ ପ୍ରକଳ୍ପ ବିଡ଼ିଓଙ୍କୁ ଦେଖାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?