ଓଡ଼ିଆ ପକ୍ଷ ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ବିଡିଓ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି ପକ୍ଷରୁ ରବିବାର ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ବିଡ଼ିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏଥିରେ ଗ୍ରାମବାସୀ, ଅଙ୍ଗନୱାଡ଼ି କର୍ମୀ ପ୍ରମୁଖ ସାମିଲ ହୋଇ ସଫେଇ କାର୍ଯ୍ୟ କରିଥିଲେ।

ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ବିଭାଗକୁ ବିଭିନ୍ନ କାର୍ଯ୍ୟକ୍ରମ କରିବା ପାଇଁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ରକ୍ତଦାନ ଶିବିର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ଆସନ୍ତା ମଙ୍ଗଳବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ବିଡିପୁରସ୍ଥିତ ତେନ୍ତୁଲିଆ ଶାସନ ଦେବସ୍ଥାନ ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଆୟୋଜନ କରାଯିବ।

ରେଡକ୍ରସ ବିଭାଗର ସହଭାଗିତାରେ ଏହି କାର୍ଯ୍ୟକ୍ରମ କରାଯିବ। ତେଣୁ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଅନ୍ୟ ବିଭାଗଗୁଡିକ ମଧ୍ୟ ସହଯୋଗ କରୁଛନ୍ତି। ରକ୍ତଦାନ ଶିବିରକୁ ସଫଳ କରିବା ପାଇଁ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ, ବିଡିପୁର କଲେଜ ଅଧ୍ୟକ୍ଷ ବଦ୍ରି ନାରାୟଣ ପାତ୍ର ପ୍ରମୁଖ ଉଦ୍ୟମବ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଲୁଚିଛନ୍ତି ମୋଜତାବା ଖାମେନେଇ? ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ; ପୂର୍ବତନ ସର୍ବୋଚ୍ଚ ନେତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ଅନ୍ୟ ତିନି ପୁଅ

ତେହରାନ,୬।୭: ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ଇରାନରେ ଚାଲିଛି। ତାଙ୍କୁ ଜୁଲାଇ ୯ରେ କବର ଦିଆଯିବାର କାର୍ଯ୍ୟକ୍ରମ ରହିଛି, ତାଙ୍କ ଅସ୍ଥିକୁ ସାଧାରଣ…

ରାଇକିଆ ବ୍ଲକରେ ଲଗାଣ ବର୍ଷା; ପାଞ୍ଚ ଦିନ ହେଲା ଶିକ୍ଷାଦାନ ବନ୍ଦ, ବିଦ୍ୟୁତ-ମୋବାଇଲ୍ ସେବା ବାଧାପ୍ରାପ୍ତ

ରାଇକିଆ,୬ା୭(ପ୍ରଦୀପ ବେହେରା): ଗତ ପାଞ୍ଚ ଦିନ ହେଲା କନ୍ଧମାଳ ଜିଲାରେ ଅବିଶ୍ରାନ୍ତ ବର୍ଷା ବେହାଲ କରିଛି । ଏହାର ପ୍ରଭାବ ରାଇକିଆ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି…

ସାର ପକାଇବାବେଳେ ଜମିରେ ହଠାତ୍‌ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍‌ ଶବ୍ଦ କରି ମାଟି ଧସିବା ସହ…

ଖାମେନେଇଙ୍କ ପାଇଁ ପ୍ରାର୍ଥନାରେ ଯୋଗଦେଲେ ଇରାନର ସବୁ ଶୀର୍ଷ ଅଧିକାରୀ

ତେହରାନ,୬ା୭: ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ପ୍ରାର୍ଥନା ରବିବାର ରାଜଧାନୀ ତେହରାନ୍‌ରେ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ଦେଶର ସମସ୍ତ ଶୀର୍ଷ ଅଧିକାରୀ…

ଶ୍ରୀକ୍ଷେତ୍ରପୁରୀ-ଶାବର ଶ୍ରୀକ୍ଷେତ୍ର ସ୍ପେଶାଲ ଟ୍ରେନ ଚଳାଚଳ ଆଜି, ଉଦଘାଟନ କରିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା, ୬।୭,( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ରପୁରୀରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟ ସ୍ପେସିଆଲ ଏକ୍ସପ୍ରେସ ଟ୍ରେନ ନ .୦୮୪୦୯ ଟ୍ରେନକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ…

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri