ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଅଧାପନ୍ତରିଆ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଲେ ବିଡିଓ, ଋଷିମାଳ ପରେ ଏବେ…

ଦାରିଙ୍ଗବାଡ଼ି,୩୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ସରାମୁଳି, ହାତୀମୁଣ୍ଡା, ଝିଞ୍ଜିରୀଗୁଡ଼ା, ଗଦାପୁର, ବ୍ରାହ୍ମଣୀଗାଁ ପଞ୍ଚାୟତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକୁ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ଗୁରୁବାର ପରିଦର୍ଶନ କରିଛନ୍ତି। ଏହି ସମୟରେ ହାତୀମୁଣ୍ଡା ପଞ୍ଚାୟତ ତାମାଙ୍ଗି ଗାଁ ବିଦ୍ୟାଳୟରେ ଅତିରିକ୍ତ ଶ୍ରେଣୀକୋଠା କାର୍ଯ୍ୟ ଅଧାପନ୍ତରିଆ ରହିଛି। ତାକୁ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେବା ସହ ଝିଞ୍ଜିରୀଗୁଡ଼ା ପଞ୍ଚାୟତରେ ବ୍ୟାଙ୍କ ଗୃହ ନିର୍ମାଣ, ଋଷିମାଳ ପାହାଡ଼ରେ ୭୮ ଲକ୍ଷ ଟଙ୍କା ବିନିମୟରେ ଚାଲିଥିବା କାର୍ଯ୍ୟ ସମେତ କାଶବସା ବିଦ୍ୟାଳୟର କୋଠା କାର୍ଯ୍ୟ ସହ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ସରାମୁଳି ପଞ୍ଚାୟତ ଅଞ୍ଚଳରେ ଐତିହାସିକ ଓ ପାରମ୍ପରିକ ତଥ୍ୟ ରହିଥିବା ଯୋଗୀ ମଠକୁ ବିକାଶ କରାଯିବ। ମଠକୁ ପର୍ଯ୍ୟଟକ ଯାତାୟାତ କରିବା ପାଇଁ ରାସ୍ତା, ପୋଲ ସହ ପର୍ଯ୍ୟଟକଙ୍କ ମୌଳିକ ସୁବିଧା ପାଇଁ ଅନୁସଙ୍ଗିକ ବ୍ୟବସ୍ଥା କରାଯିବା ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେବ ବୋଲି ବିଡିଓ ରଥ କହିଛନ୍ତି। ସେ କହିଛନ୍ତି, ସେ ଏବେ ଦାରିଙ୍ଗବାଡି ବିଡିଓ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ସେ ସମସ୍ତ ଅଞ୍ଚଳ ବୁଲି ଦେଖିବା ସହ ଏହାର ସାମଗ୍ରିକ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି। ବିଡିଓଙ୍କ ସହ ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ପାତ୍ର ଓ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କମଳ ପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri