ବିଡିଓ ଦେଲେ ପ୍ରତିଶ୍ରୁତି: ସିଭିଲ ସର୍ଭିସ ପାଇଁ ମାଗଣା କୋଚିଂ…

ଦାରିଙ୍ଗବାଡି, ୧୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ଅନୁସୂଚିତ ଜନଜାତି ଓ ଜାତି ଏବଂ ପଛୁଆବର୍ଗ ଉନ୍ନୟନ ବିଭାଗ ଦ୍ୱାରା ରହିଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ମୁଖ୍ୟବକ୍ତା ତହସିଲଦାର ଧୀରଜ ପାତ୍ର, ସ୍ବତନ୍ତ୍ର ଅତିଥି ଭାବେ ବିଡିଓ ପ୍ରୀତିରଞ୍ଜନ ରଥ, ଅନ୍ୟତମ ଅତିଥି ବିଇଓ ମହେଶ୍ୱର ମାଝୀ, ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ସବ ଟ୍ରେଜେରୀ ଅଧିକାରୀ ନିହାର ରଞ୍ଜନ ସେଠ, ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନ ମୋହନ ବେହେରା, କୋଟଗଡ଼ ପକାରୀ ବିଦ୍ୟାଳୟର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗିରିଜା ଶଙ୍କର ପଣ୍ଡା, ବୁଡ଼ାଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମମତା ସାମଲ, ସରକାରୀ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜୟ କୁମାର ଜେନା, ବିଦ୍ୟାଳୟର ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ପ୍ରମୁଖ ମଞ୍ଚାସିନ ଥିଲେ। ମଞ୍ଚକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନରେନ୍ଦ୍ର ବେହେରା ପରିଚାଳନା କରିଥିଲେ। ସମସ୍ତ ମଞ୍ଚାସୀନ ଅତିଥିଙ୍କୁ ଛାତ୍ରୀଛାତ୍ର ପୁଷ୍ପଗୁଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା କରିବା ସହ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଏଥିସହ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ପରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଉତ୍ସବର ସଭାପତି ଉମାଶଙ୍କର ସାମନ୍ତରାୟ ଛାତ୍ରୀଛାତ୍ର ଙ୍କୁଉତ୍ସବ ସମ୍ପର୍କରେ କହିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ସମୟରେ ବିଦ୍ୟାଳୟର ସଫଳତା ଓ ବିଦ୍ୟାଳୟରେ ରହିଥିବା ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ।

ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରାମର୍ଶ ଦେଇ କହିଥିଲେ ଯେ, ଛାତ୍ରୀଛାତ୍ର ନିଜକୁ ନିଜେ ସମୀକ୍ଷା କଲେ କେବେ ଭୁଲ ହେବନାହିଁ ଠିକ ରାସ୍ତାରେ ଯିବେ ବୋଲି କହିବା ସହ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇ କହିଥିଲେ, ବିଦ୍ୟାର୍ଥୀଙ୍କ ରହିବା ଘର ପ୍ରଥମ ସ୍ଥାନ ଓ ବିଦ୍ୟାଳୟ ହେଉଛି ଦିତୀୟ ଗୃହ ବା ବାସସ୍ଥାନ ବୋଲି କହିଥିଲେ। ତେଣୁ ସେମାନଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ବିଦ୍ୟାଳୟରେ ସମସ୍ତ କାର୍ଯ୍ୟ କରାଯାଇଥିବା କୁହାଯାଇଥିଲା। ଏହି ଅବସରରେ ବିଦ୍ୟାଳୟକୁ ଏକ ସ୍ବପ୍ନଗଢ଼ା କାରଖାନା ବୋଲି କୁହାଯାଇଥିଲା।

ସୂଚନାଯୋଗ୍ୟ ଯେ, ବିଦ୍ୟାଳୟରେ ଷଷ୍ଠରୁ ଦଶମ ପର୍ଯ୍ୟନ୍ତ ୬୪୦ ବିଦ୍ୟାର୍ଥୀ ରହିଥିବା ବେଳେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ମୋଟ ୧୯୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ପ୍ରଧାନଶିକ୍ଷକ କହିଥିଲେ। ବିଡିଓ ରଥ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ଦଶମରେ ଏ ୱାନରେ ଉତ୍ତୀର୍ଣ୍ଣ ହୋଇ ସାରା ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଦାରିଙ୍ଗବାଡିରେ ସିଭିଲ ସର୍ଭିସ ପାଇଁ ମାଗଣା କୋଚିଂ ଦେବାକୁ ଆମେ ଯୋଜନା କରୁଛୁ ବୋଲି ବିଡିଓ କହିଥିଲେ। ଶିକ୍ଷା ପାଇଁ ବିଦ୍ୟାର୍ଥୀମାନେ ଶୃଙ୍ଖଳାକୁ ଗୁରୁତ୍ୱ ଦେବାକୁ ବିଇଓ ପରାମର୍ଶ ଦେଇଥିଲେ। ଶିକ୍ଷା ଯଦି ଗଛ ତେବେ ଖେଳକୁଦ, ମନୋରଞ୍ଜନ କାର୍ଯ୍ୟକ୍ରମ ଆଦି ଗଛର ଶାଖା ଓ ପ୍ରଶାଖା ବୋଲି କୁହାଯାଇଥିଲା। କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା କୃତିତ୍ୱ ଛାତ୍ରୀଛାତ୍ରଙ୍କୁ ମାନପତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri