ଟାଣ ଖରାରେ ଚାଲି ଚାଲି ଯାଉଥିବା ବୃଦ୍ଧାଙ୍କୁ ନିଜ ଗାଡିରେ ବସାଇଲେ ବିଡିଓ, ସୁରକ୍ଷିତ ଭାବେ ଛାଡିଲେ ଘରେ; ଚାରିଆଡେ ପ୍ରଶଂସା

ନବରଙ୍ଗପୁର,୯।୬(ସଦାଶିବ ପ୍ରହରାଜ): ପ୍ରଶାସନିକ ଅଧିକାରୀଙ୍କ ମାନବିକତାର ଏକ ନିଆରା ଚିତ୍ର ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟିରେ । ପ୍ରଚଣ୍ଡ ଖରା ଓ ଗରମ ମଧ୍ୟରେ ସ୍ବାସ୍ଥ୍ୟ ପରୀକ୍ଷା ସାରି ଚାଲି ଚାଲି ଘରକୁ ଫେରୁଥିବା ଜଣେ ବୃଦ୍ଧାଙ୍କୁ ଦେଖି ସହାୟତାର ହାତ ବଢ଼ାଇଛନ୍ତି ବିଡିଓ । ନିଜ ଅଫିସ ଗାଡ଼ିରେ ବସାଇ ବୃଦ୍ଧାଙ୍କୁ ଘରେ ପହଞ୍ଚାଇ ମାନବିକତାର ପରିଚୟ ଦେଇଛନ୍ତି ତେନ୍ତୁଳୀଖୁଣ୍ଟି ବିଡିଓ ମନୋଜ ପାଣିଗ୍ରାହୀ । ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ଚାରିଆଡେ ପ୍ରଶଂସାର ସୁଅ ଛୁଟିଛି । ତେନ୍ତୁଳୀଖୁଣ୍ଟି ଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଗୌଡ଼ଗୁଡା ଗାଁର ବୃଦ୍ଧା ସୁନାଦେଇ ବାଘ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଦ୍ୱିପ୍ରହରର ଟାଣ ଖରାରେ ତେନ୍ତୁଳୀଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସିଥିଲେ । ପରୀକ୍ଷା ସାରି ଔଷଧ ନେବା ପରେ ଘରକୁ ଫେରିବା ପାଇଁ କୌଣସି ଅଟୋ କିମ୍ବା ଯାନବାହନ ନ ମିଳିବାରୁ ସେ ପାଦରେ ଚାଲି ଚାଲି ଗାଁକୁ ଫେରୁଥିଲେ । ସେହି ସମୟରେ ନିଜ ସରକାରୀ କାର୍ଯ୍ୟରେ ବାହାରିଥିବା ତେନ୍ତୁଳୀଖୁଣ୍ଟି ବିଡିଓ ମନୋଜ ପାଣିଗ୍ରାହୀଙ୍କ ନଜର ପଡ଼ିଥିଲା ବୃଦ୍ଧାଙ୍କ ଉପରେ। ବୃଦ୍ଧାଙ୍କ ଅବସ୍ଥା ଦେଖି ସେ ଗାଡ଼ି ଅଟକାଇ ତାଙ୍କ ସହ କଥାବାର୍ତ୍ତା କରିଥିଲେ। ପରେ ନିଜେ ବୃଦ୍ଧାଙ୍କୁ ଧରି ଅଫିସ ଗାଡ଼ିରେ ବସାଇ ଗୌଡ଼ଗୁଡା ସ୍ଥିତ ତାଙ୍କ ଘରେ ସୁରକ୍ଷିତ ଭାବେ ପହଞ୍ଚାଇଥିଲେ । ବିଡିଓଙ୍କ ଏହି ମାନବିକ ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳରେ ବେଶ ପ୍ରଶଂସା କରାଯାଉଛି । ଭାଇରାଲ ଭିଡିଓରେ ଜଣେ ପ୍ରଶାସନିକ ଅଧିକାରୀଙ୍କ ସମ୍ବେଦନଶୀଳତା ଓ ସାମାଜିକ ଦାୟିତ୍ୱବୋଧର ଚିତ୍ର ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି। ବିଡିଓ ମନୋଜ ପାଣିଗ୍ରାହୀଙ୍କ କହିବା ଅନୁସାରେ, ବୃଦ୍ଧା ସୁନାଦେଇ ବାଘ ଭତ୍ତା, ରାଶନ ଚାଉଳ ସମେତ ବିଭିନ୍ନ ସରକାରୀ ଯୋଜନାର ସୁବିଧା ପାଉଛନ୍ତି । ତାଙ୍କୁ ତୁରନ୍ତ ଏକ ହୱିଲଚେୟାର ଯୋଗାଇ ଦେବା ପାଇଁ ବିଏସଏସଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସ୍ବାସ୍ଥ୍ୟ ବିଭାଗର ଟିମ ନିୟମିତ ଭାବେ ଘରକୁ ଯାଇ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?