ଦଶମ ଶ୍ରେଣୀ ପିଲାଙ୍କୁ ପଢ଼ାଇଲେ ବିଡିଓ

ଧରାକୋଟ,୨୪ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ବିଡିଓ ସଂଗ୍ରାମ କେଶରୀ ଜେନା ସୋମବାର ବାହାରପୁରସ୍ଥିତ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଦଶମ ଶ୍ରେଣୀ ପିଲାଙ୍କୁ ବୀଜ ଗଣିତ, ସହଜ ସରଳ ସମୀକରଣ, ସମାନ୍ତର ଓ ପ୍ରଗତି ବିଷୟରେ ପଢାଇଛନ୍ତି। ଦଶମ ଶ୍ରେଣୀରେ ଏବେ ୬୬ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି।

ବାହାରପୁର ପଞ୍ଚାୟତରେ ସୋମବାର ଜନ ଶୁଣାଣି କାର୍ଯ୍ୟକ୍ରମ ରହିଥିବାରୁ ପ୍ରଧାନ ଶିକ୍ଷକ ରାଧା ମୋହନ ତ୍ରିପାଠୀ, ଭବାନୀ ଶଙ୍କର ବେହେରା, ନନ୍ଦରାଜ ପ୍ରଧାନ ପ୍ରମୁଖ ସେଠାରେ ଉପସ୍ଥିତ ରହି ବିଦ୍ୟାଳୟର ଅଭାବ ଅସୁବିଧା ସମ୍ପର୍କରେ ଜଣାଇଥିଲେ। ପରେ ବିଡିଓ ନିଜେ ବିଦ୍ୟାଳୟରେ ପହଞ୍ଚି ଅନୁଧ୍ୟାନ କରିଥିଲେ। ଗଣିତ ପାଠ ପଢ଼ାଇବା ପାଇଁ ଚାହିଁବାରୁ ଗଣିତ ଶିକ୍ଷକ ମିହିର ପ୍ରସାଦ କର ତାଙ୍କୁ ଦଶମ ଶ୍ରେଣୀକୁ ନେଇଥିଲେ। ସେଠାରେ ଅତି ସରଳ ପଦ୍ଧତିରେ ବିଡିଓ ପିଲାଙ୍କୁ ପାଠ ପଢ଼ାଇବା ସହ ବିଦ୍ୟାଳୟର ସୁବିଧା ଅସୁବିଧା ପଚାରି ବୁଝିଥିଲେ।

ପାଚେରି, ବାଳିକା କମନ ରୁମ, ଶ୍ରେଣୀଗୃହ ଅଭାବ ଓ କେତେକ ଶ୍ରେଣୀ ଗୃହ ଅସମ୍ପୂର୍ଣ୍ଣ ଥିବା ଶିକ୍ଷକ ଡାକ ବେହେରା, ସୁଶାନ୍ତ କୁମାର ରଥ ଓ ଭାଗିରଥି ବେହେରା ଜଣାଇଥିଲେ। ତୁରନ୍ତ ସମସ୍ୟାର ସମାଧାନ ପାଇଁ ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri