୧୫ ଘଣ୍ଟା ପଡ଼ିରହିଲା ବୃଦ୍ଧଙ୍କ ମୃତଦେହ, ଘର ଲୋକ ବି ପାଖ ମାଡ଼ିଲେନି; ପିପିଇ କିଟ୍‌ ପିନ୍ଧି ଶ୍ମଶାନ ନେଲେ ବିଡିଓ

ଛେଣ୍ଡିପଦା,୮।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଝି ଗୋହିରାପଶି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିବା ପରେ କରୋନା ଭୟରେ କେହି ପାଖ ମାଡ଼ିଲେ ନାହିଁ। ଶେଷରେ ନିଜେ ବିଡିଓ ଏବଂ ସରପଞ୍ଚ ପିପିଇ କିଟ୍‌ ପିନ୍ଧି ମୃତଦେହ ସତ୍କାର କରିବା ପାଇଁ ମଶାଣିକୁ କାନ୍ଧେଇ ନେଇଥିଲେ। ମୃତ ବୃଦ୍ଧ ଜଣକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତ ମାଝି ଗୋହିରାପଶି ଗାଁର ଗୋବିନ୍ଦ ମାଝି। ଶୁକ୍ରବାର ରାତିରେ ତାଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଥିଲା। ଏହା ପରେ ପରିବାର ଓ ଗାଁରେ ଭୟର ବାତାବରଣ ଖେଳିଯାଇଥିଲା।

କରୋନାରେ ଗୋବିନ୍ଦଙ୍କ ମୃତ୍ୟୁ ହୋଇଥିବା ଭାବି କେହି ପାଖ ମାଡ଼ ନ ଥିଲେ। ଏପରିକି ଗ୍ରାମବାସୀ ମଧ୍ୟ ମୃତଦେହ ପାଖରୁ ଦୂରେଇ ଯାଇଥିଲେ। ଫଳରେ ଶନିବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସେମିତି ବୃଦ୍ଧଙ୍କ ମୃତଦେହ ପଡ଼ିି ରହିଲା। ଖବର ପାଇ ବାହାଳସାହି ସରପଞ୍ଚ ନାରାୟଣ ବେହେରା ଓ ଖବରଦାତାମାନେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଇବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ଗ୍ରାମବାସୀ ଶୁଣି ନ ଥିଲେ। ଏ ପରି ଅମାନବୀୟ ଘଟଣାର ଖବର ପାଇ ଛେଣ୍ଡିପଦା ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ,ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗାଁ ଲୋକ ଓ ପରିବାର ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏପରି କ୍ଷେତ୍ରରେ ମହାନତା ଦେଖାଇଥିଲେ ଛେଣ୍ଡିପଦା ବିଡିଓ, ସ୍ଥାନୀୟ ସରପଞ୍ଚ , ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ । ସେମାନେ ସମସ୍ତେ ପିପିଇ କିଟ୍‌ ପିନ୍ଧି ମୃତଦେହକୁ କାନ୍ଧେଇ ସତ୍କାର କରିବା ପାଇଁ ଶ୍ମଶାନକୁ ନେଇ ଯାଇଥିଲେ। ବିଡିଓଙ୍କ ଏପରି ମହାନ କାର୍ଯ୍ୟ ଦେଖି ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri