ଅଖିମୁଠି ଅନୁକୂଳ କଲେ ବିଡିଓ

ଚାନ୍ଦବାଲି,୨୩।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋଠାରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର କୃଷି ବିଭାଗ ପକ୍ଷରୁ ଅଖିମୁଠି ଅନୁକୂଳ କରାଯାଇଛି । ମତୋ ଚକିଆ ସାହି ନିକଟରେ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚାନ୍ଦବାଲି ବିଡିଓ ଜ୍ୟୋତିବିକାଶ ଦାସ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି । ପରେ ମତୋ କଲ୍ୟାଣ ମଣ୍ଡପରେ କୃଷି ବିଭାଗ ପକ୍ଷରୁ କୃଷକମାନଙ୍କୁ ନେଇ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଚାନ୍ଦବାଲି କୃଷି ଅଧିକାରୀ ଡ. ଅରୁଣ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ସାଧାରଣ ସଭାରେ ବିଡିଓ ଓ ଆତ୍ମାର ସଭାପତି କ୍ଷୀରୋଦ ଥାଟୋଇ, ମତୋ ସରପଞ୍ଚଙ୍କ ପ୍ରତିନିଧି ପ୍ରଦୀପ ପଲ୍ଲେଇ, ସହକାରୀ କୃଷି ଅଧିକାରୀ ଲିପ୍ସା ପ୍ରିୟଦର୍ଶନୀ, ବ୍ଲକ ଉଦ୍ୟାନ ଅଧିକାରିଣୀ ସାଧନା ବେହେରା, ସମସ୍ତ କୃଷିମିତ୍ର ଓ ଭିଏଲ୍‌ଡବ୍ଲ୍ୟୁ ଜୟନ୍ତ କୁମାର ମୁଣ୍ଡା ପ୍ରମୁଖ ଯୋଗଦେଇ ଚଷା ଓ ଚାଷ ସମ୍ପର୍କରେ ବିଭିନ୍ନ ସ୍କିମ ଉପରେ ସଚେତନତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri